ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’

0

ନୂଆଦିଲ୍ଲୀ: ଆସନ୍ତା ସ୍ୱାଧୀନତା ଦିବସରେ ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’। ଜାତୀୟ ପତାକା ଉତ୍ତୋଳନ ସମୟରେ ଏହି ଦେଶାତ୍ମବୋଧକ ଗୀତ ଗାନ କରାଯିବ। ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି ହୋଇଛି। ‘ବନ୍ଦେ ମାତରମ୍‌’ର ୧୫୦ତମ ପୂର୍ତ୍ତି ଅବସରରେ ଏହି ସ୍ୱତନ୍ତ୍ର ଆୟୋଜନ କରାଯାଉଛି। ଚଳିତବର୍ଷ ଦେଶ ୮୦ତମ ସ୍ୱାଧୀନତା ଦିବସ ପାଳନ କରୁଥିବାରୁ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ ସହ ‘ବନ୍ଦେ ମାତରମ୍‌’ ଗାନ ଉତ୍ସବର ପ୍ରମୁଖ ଆକର୍ଷଣ ପାଲଟିବ।

ଭାରତର ସ୍ୱାଧୀନତା ଆନ୍ଦୋଳନ ସହ ‘ବନ୍ଦେ ମାତରମ୍‌’ର ଐତିହାସିକ ସମ୍ପର୍କ ରହିଛି। ଏହି ଗୀତ ଦେଶବାସୀଙ୍କ ମନରେ ଦେଶପ୍ରେମ ଓ ଜାତୀୟତାବାଦର ଭାବନା ଜାଗ୍ରତ କରିଆସିଛି। ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ପରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏହା ପୂର୍ବରୁ ‘ବନ୍ଦେ ମାତରମ୍‌’ ଗାନ ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନକୁ ଆହୁରି ଐତିହାସିକ ଓ ଦେଶାତ୍ମବୋଧକ କରିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.