ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’

0

ନୂଆଦିଲ୍ଲୀ: ଆସନ୍ତା ସ୍ୱାଧୀନତା ଦିବସରେ ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’। ଜାତୀୟ ପତାକା ଉତ୍ତୋଳନ ସମୟରେ ଏହି ଦେଶାତ୍ମବୋଧକ ଗୀତ ଗାନ କରାଯିବ। ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି ହୋଇଛି। ‘ବନ୍ଦେ ମାତରମ୍‌’ର ୧୫୦ତମ ପୂର୍ତ୍ତି ଅବସରରେ ଏହି ସ୍ୱତନ୍ତ୍ର ଆୟୋଜନ କରାଯାଉଛି। ଚଳିତବର୍ଷ ଦେଶ ୮୦ତମ ସ୍ୱାଧୀନତା ଦିବସ ପାଳନ କରୁଥିବାରୁ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ ସହ ‘ବନ୍ଦେ ମାତରମ୍‌’ ଗାନ ଉତ୍ସବର ପ୍ରମୁଖ ଆକର୍ଷଣ ପାଲଟିବ।

ଭାରତର ସ୍ୱାଧୀନତା ଆନ୍ଦୋଳନ ସହ ‘ବନ୍ଦେ ମାତରମ୍‌’ର ଐତିହାସିକ ସମ୍ପର୍କ ରହିଛି। ଏହି ଗୀତ ଦେଶବାସୀଙ୍କ ମନରେ ଦେଶପ୍ରେମ ଓ ଜାତୀୟତାବାଦର ଭାବନା ଜାଗ୍ରତ କରିଆସିଛି। ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ପରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏହା ପୂର୍ବରୁ ‘ବନ୍ଦେ ମାତରମ୍‌’ ଗାନ ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନକୁ ଆହୁରି ଐତିହାସିକ ଓ ଦେଶାତ୍ମବୋଧକ କରିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.