ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

0

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି ଅବସରରେ ରବିବାର ନୂଆଦିଲ୍ଲୀସ୍ଥିତ ‘ସଦୈବ ଅଟଳ’ରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେମାନେ ବାଜପେୟୀଙ୍କ ସ୍ମୃତିରେ ଆୟୋଜିତ ପ୍ରାର୍ଥନା ସଭାରେ ମଧ୍ୟ ଯୋଗଦେଇଥିଲେ।

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଲୋକସଭା ବାଚସ୍ପତି ଓମ୍ ବିର୍ଲା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏବଂ ବିଜେପି ଜାତୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ସମେତ ବହୁ ବରିଷ୍ଠ ନେତା ମଧ୍ୟ ଦିବଂଗତ ନେତାଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
୧୯୨୪ ଡିସେମ୍ବର ୨୫ରେ ମଧ୍ୟପ୍ରଦେଶର ଗ୍ୱାଲିଅରରେ ଜନ୍ମଗ୍ରହଣ କରିଥିବା ଅଟଳ ବିହାରୀ ବାଜପେୟୀ ଜଣେ ରାଷ୍ଟ୍ରନେତାଙ୍କ ସହ ଜଣେ କବି ଓ ଲେଖକ ଭାବେ ମଧ୍ୟ ପରିଚିତ ଥିଲେ। ସେ ତିନିଥର ଭାରତର ପ୍ରଧାନମନ୍ତ୍ରୀ ହୋଇଥିଲେ। ୧୯୯୬ରେ ପ୍ରଥମଥର ପାଇଁ ୧୩ ଦିନ, ୧୯୯୮ରୁ ୧୯୯୯ ପର୍ଯ୍ୟନ୍ତ ୧୩ ମାସ ଏବଂ ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ପୂର୍ଣ୍ଣ କାର୍ଯ୍ୟକାଳ ପାଇଁ ସେ ପ୍ରଧାନମନ୍ତ୍ରୀ ରହିଥିଲେ। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ତାଙ୍କର ପରଲୋକ ଘଟିଥିଲା।

ପୁଣ୍ୟତିଥି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସୋସିଆଲ ମିଡିଆରେ ବାଜପେୟୀଙ୍କୁ ସ୍ମରଣ କରି ତାଙ୍କ ଦୂରଦୃଷ୍ଟି ଓ ଦେଶସେବାକୁ ପ୍ରଶଂସା କରିଥିଲେ। ସୁଶାସନ ଓ ଜନକଲ୍ୟାଣ ପ୍ରତି ବାଜପେୟୀଙ୍କ ଗୁରୁତ୍ୱ ଆଗାମୀ ପିଢ଼ିକୁ ସର୍ବଦା ପ୍ରେରଣା ଦେଇଚାଲିବ ବୋଲି ସେ କହିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ତାଙ୍କ ଦେଶସେବା ଓ ରାଷ୍ଟ୍ର ଗଠନରେ ଅବଦାନକୁ ସ୍ମରଣ କରିଥିଲେ। ପରମାଣୁ ପରୀକ୍ଷଣ ଓ କାର୍ଗିଲ ଯୁଦ୍ଧ ମାଧ୍ୟମରେ ଭାରତର ଶକ୍ତିକୁ ବିଶ୍ୱ ସମ୍ମୁଖରେ ପ୍ରତିପାଦିତ କରିବା ସହ ବାଜପେୟୀଙ୍କ ମୂଲ୍ୟବୋଧଭିତ୍ତିକ ରାଜନୀତି ‘ଅନ୍ତ୍ୟୋଦୟ’ ଓ ସୁଶାସନର ଧାରଣାକୁ ଭୂମିସ୍ତରରେ ପହଞ୍ଚାଇଥିଲା ବୋଲି ଶାହ କହିଛନ୍ତି।

Leave A Reply

Your email address will not be published.