ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଢେଙ୍କାନାଳରେ ଓଏସଏପି କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

0

ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭ ପୋଲିସରେ କାର୍ଯ୍ୟରତ ଓଏସଏପି କନଷ୍ଟେବଳଙ୍କ ମୃତଦେହ ସୋମବାର ଟାଉନ ଥାନା ପୋଲିସ ଏକ ଭଡ଼ାଘରରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି। ମୃତ ଯବାନଙ୍କ ନାମ ଶଙ୍କର ପ୍ରଧାନ। ସେ ଖମାର ସାହିରେ ପରିବାର ସହ ଭଡ଼ାଘରେ ରହୁଥିଲେ। ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଜନିତ ମୃତ୍ୟୁ ବୋଲି ପୋଲିସ ସନ୍ଦେହ କରୁଛି।

ସୂଚନା ଅନୁଯାୟୀ, ରବିବାର ଶଙ୍କର ପରିବାର ସହ ଖାଇପିଇବା ପରେ କୌଣସି କାରଣକୁ ନେଇ ସ୍ତ୍ରୀଙ୍କ ସହ ତାଙ୍କର ଝଗଡ଼ା ହୋଇଥିଲା। ପରେ ପରିବାରର ସମସ୍ତେ ଶୋଇବାକୁ ଚାଲିଯାଇଥିଲେ। ଏହାପରେ ଶଙ୍କର ରୋଷେଇ ଘରକୁ ଯାଇଥିବା ବେଳେ ସେଠାରେ ଗାମୁଛା ସାହାଯ୍ୟରେ ଝୁଲି ପଡ଼ିଥିବା ଅଭିଯୋଗ ହୋଇଛି। ସୋମବାର ସକାଳେ ଘଟଣା ସାମ୍ନାକୁ ଆସିବା ପରେ ପୋଲିସକୁ ଖବର ଦିଆଯାଇଥିଲା। ଖବର ପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ପରେ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଏନେଇ ଟାଉନ ଥାନାରେ ମାମଲା ରୁଜୁ ହୋଇଥିବା ଜଣେ ଏସ୍‌ଆଇ ସୂଚନା ଦେଇଛନ୍ତି। ଘଟଣାର ପ୍ରକୃତ କାରଣ ନେଇ ପୋଲିସ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.