ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ହେମନ୍ତ ସରକାରଙ୍କୁ ଝଟକା

0

ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌
ଝାଡଖଣ୍ଡ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସରକାରଙ୍କୁ ଝଟକା ଲାଗିଛି। ଜେପିଏସ୍‌ସି ପରୀକ୍ଷା ରଦ୍ଦ କରିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ଅନ୍ତରୀଣ ରୋକ୍‌ ଲଗାଇଛନ୍ତି ଝାଡ଼ଖଣ୍ଡ ହାଇକୋର୍ଟ। ଏହାସହ ମାମଲାରେ ୧୫ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ଜେପିଏସ୍‌ସି ପରୀକ୍ଷା ରଦ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆବେଦନ ଦାଖଲ ହେବା ପରେ ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ମାମଲାର ଶୁଣାଣି କରି ହାଇକୋର୍ଟ ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ଅନ୍ତରୀଣ ରୋକ୍‌ ଲଗାଇଛନ୍ତି। ଏଥିସହ ପରୀକ୍ଷାରେ ହୋଇଥିବା କଥିତ ଅନିୟମିତତା ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି ଏବଂ କେଉଁ ଆଧାରରେ ପରୀକ୍ଷା ରଦ୍ଦ କରାଯାଇଥିଲା, ସେନେଇ ସ୍ପଷ୍ଟ ଜବାବ ଦେବାକୁ କୋର୍ଟ କହିଛନ୍ତି। ସରକାରଙ୍କୁ ୧୫ ଦିନ ମଧ୍ୟରେ ନିଜର ପକ୍ଷ ରଖିବାକୁ ପଡ଼ିବ। ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶ ପରେ ଜେପିଏସ୍‌ସି ପରୀକ୍ଷାକୁ ନେଇ ସରକାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ନଜର ରହିଛି।

Leave A Reply

Your email address will not be published.