ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼

0

ଭୁବନେଶ୍ବର: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ବାଣିଜ୍ୟ ପରିବହନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଚାଲୁଥିବା ବ୍ୟାଟେରୀ ଚାଳିତ, ମେଥାନଲ୍ ଓ ଇଥାନଲ୍ ଇନ୍ଧନ ଚାଳିତ ପରିବହନ ଯାନଗୁଡ଼ିକୁ ପରମିଟ୍ ଫି’ରୁ ଛାଡ଼ ଦିଆଯିବ। ଯୋଗ୍ୟ ଯାନଗୁଡ଼ିକୁ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିନା ପରମିଟ୍ ଦେୟରେ ଆବଶ୍ୟକ ପରମିଟ୍ ପ୍ରଦାନ କରାଯିବ। ତେବେ ୩,୦୦୦ କିଲୋଗ୍ରାମରୁ କମ୍ ମୋଟ ଯାନ ଓଜନ ଥିବା ମାଲବାହୀ ଗାଡ଼ି ଏହି ଫି’ ଛାଡ଼ ବ୍ୟବସ୍ଥାରୁ ବାଦ ପଡ଼ିବେ।

ମୋଟର ଯାନ ଅଧିନିୟମ, ୧୯୮୮ ଅନୁଯାୟୀ ଏହି ଯାନଗୁଡ଼ିକ ପାଇଁ ପରମିଟ୍ ନେବା ବାଧ୍ୟତାମୂଳକ ରହିବ। କେବଳ ପରମିଟ୍ ଫି’ ଦେବାକୁ ପଡ଼ିବ ନାହିଁ। ଏଥିସହ ଗାଡ଼ିର ବୈଧ ପଞ୍ଜୀକରଣ, ବୀମା, ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ଏବଂ ଅନ୍ୟାନ୍ୟ ସରକାରୀ ଟିକସ ପୈଠ ଭଳି ସମସ୍ତ ନିୟମ ପାଳନ କରିବା ଆବଶ୍ୟକ। ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ଇଭି ଓ ଅନ୍ୟାନ୍ୟ ପରିବେଶ ଅନୁକୂଳ ଯାନର ବ୍ୟବହାର ବଢ଼ିବ ବୋଲି ଆଶା କରାଯାଉଛି। ଏହା ସହିତ ଯାନବାହନଜନିତ ପ୍ରଦୂଷଣ ହ୍ରାସ କରିବାରେ ମଧ୍ୟ ଏହି ପଦକ୍ଷେପ ସହାୟକ ହେବ।

Leave A Reply

Your email address will not be published.