ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ

0

ପଦ୍ମପୁର: ପଦ୍ମପୁରର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସତ୍ୟ ଭୂଷଣ ସାହୁଙ୍କର ପରଲୋକ ହୋଇଛି। ୭୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସତ୍ୟ ଭୂଷଣ ସାହୁ ପଦ୍ମପୁର ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାସହ ସେ ଓଡ଼ିଶା ବିଧାନସଭାର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ରାଜନୈତିକ ଦଳର ନେତା ଓ ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.