ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା

0

ନୟାଗଡ: ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠିପଡ଼ା ଟାଙ୍ଗି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିବିଟି ମାଧ୍ୟମରେ ଏହି ଅର୍ଥରାଶି ମହିଳାଙ୍କ ବ୍ୟାଙ୍କ ଖାତାକୁ ପଠାଇଛନ୍ତି। ଏହି ପର୍ଯ୍ୟାୟରେ ପ୍ରତ୍ୟେକ ଯୋଗ୍ୟ ମହିଳାଙ୍କୁ ୫ ହଜାର ଟଙ୍କା ଲେଖାଏଁ ମିଳିଛି। ମୋଟ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ହିତାଧିକାରୀଙ୍କୁ ଏହି କିସ୍ତି ପାଇଁ ଚୟନ କରାଯାଇଥିବାବେଳେ ୫,୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯାଇଛି।

ପଞ୍ଚମ କିସ୍ତିରେ ୨ ଲକ୍ଷ ୨୧ ହଜାର ୫୪ ଜଣ ମହିଳା ପ୍ରଥମଥର ପାଇଁ ଯୋଜନାର ଲାଭ ପାଇଛନ୍ତି। ସେହିପରି ପୂର୍ବରୁ ବିଭିନ୍ନ କାରଣରୁ ବାଦ ପଡ଼ିଥିବା କେତେକ ଯୋଗ୍ୟ ହିତାଧିକାରୀଙ୍କୁ ଏକାସାଙ୍ଗରେ ୫ଟି କିସ୍ତିର ଅର୍ଥ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ଲାଠିପଡ଼ାରେ ଆୟୋଜିତ ବିଶାଳ ସମାବେଶରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ପଞ୍ଚମ କିସ୍ତି ବଣ୍ଟନର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ ଉପସ୍ଥିତ ଥିଲେ। ମହିଳାଙ୍କ ଆର୍ଥିକ ସଶକ୍ତିକରଣ ଓ ସ୍ୱାବଲମ୍ବନକୁ ଗୁରୁତ୍ୱ ଦେଇ ସୁଭଦ୍ରା ଯୋଜନା ଜାରି ରହିଥିବା ସରକାର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.