ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା

0

ନୟାଗଡ: ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠିପଡ଼ା ଟାଙ୍ଗି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିବିଟି ମାଧ୍ୟମରେ ଏହି ଅର୍ଥରାଶି ମହିଳାଙ୍କ ବ୍ୟାଙ୍କ ଖାତାକୁ ପଠାଇଛନ୍ତି। ଏହି ପର୍ଯ୍ୟାୟରେ ପ୍ରତ୍ୟେକ ଯୋଗ୍ୟ ମହିଳାଙ୍କୁ ୫ ହଜାର ଟଙ୍କା ଲେଖାଏଁ ମିଳିଛି। ମୋଟ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ହିତାଧିକାରୀଙ୍କୁ ଏହି କିସ୍ତି ପାଇଁ ଚୟନ କରାଯାଇଥିବାବେଳେ ୫,୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯାଇଛି।

ପଞ୍ଚମ କିସ୍ତିରେ ୨ ଲକ୍ଷ ୨୧ ହଜାର ୫୪ ଜଣ ମହିଳା ପ୍ରଥମଥର ପାଇଁ ଯୋଜନାର ଲାଭ ପାଇଛନ୍ତି। ସେହିପରି ପୂର୍ବରୁ ବିଭିନ୍ନ କାରଣରୁ ବାଦ ପଡ଼ିଥିବା କେତେକ ଯୋଗ୍ୟ ହିତାଧିକାରୀଙ୍କୁ ଏକାସାଙ୍ଗରେ ୫ଟି କିସ୍ତିର ଅର୍ଥ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ଲାଠିପଡ଼ାରେ ଆୟୋଜିତ ବିଶାଳ ସମାବେଶରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ପଞ୍ଚମ କିସ୍ତି ବଣ୍ଟନର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ ଉପସ୍ଥିତ ଥିଲେ। ମହିଳାଙ୍କ ଆର୍ଥିକ ସଶକ୍ତିକରଣ ଓ ସ୍ୱାବଲମ୍ବନକୁ ଗୁରୁତ୍ୱ ଦେଇ ସୁଭଦ୍ରା ଯୋଜନା ଜାରି ରହିଥିବା ସରକାର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.