ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଏସିବିରେ ୧.୪୦ କୋଟି ଟଙ୍କା ହେରଫେର, ଡାଟା ଏଣ୍ଟ୍ରି ଅପରେଟର ଗିରଫ

0

କଟକ: କଟକ ଏସିବି ମେଡିକାଲ କଲେଜ ଓ ହସ୍‌ପିଟାଲରେ ୧ କୋଟି ୪୦ ଲକ୍ଷ ଟଙ୍କାର ଆର୍ଥିକ ହେରଫେର ଅଭିଯୋଗରେ ଜଣେ ଡାଟା ଏଣ୍ଟ୍ରି ଅପରେଟର ଗିରଫ ହୋଇଛନ୍ତି। ମଙ୍ଗଳାବାଗ ଥାନା ପୁଲିସ ଏସସିବି ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଦୀନେଶ ରାଉତଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ମେଡିକାଲ କଲେଜର କର୍ମଚାରୀଙ୍କ ଦରମା ସମ୍ପର୍କିତ ତଥ୍ୟ ଡାଟା ଏଣ୍ଟ୍ରି ଅପରେଟରଙ୍କ ମାଧ୍ୟମରେ ପରିଚାଳିତ ହେଉଥିଲା। ଅଡିଟ୍‌ ସମୟରେ ଦରମା ତଥ୍ୟରେ ହେରଫେର କରାଯାଇଥିବା ଏବଂ ଏହା ମାଧ୍ୟମରେ ବ୍ୟାପକ ଆର୍ଥିକ ଅନିୟମିତତା ହୋଇଥିବା ଜଣାପଡ଼ିଥିଲା। ଘଟଣା ସମ୍ପର୍କରେ ଏସିବି ଅଧୀକ୍ଷକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ତଦନ୍ତ କରି ଦୀନେଶ ରାଉତଙ୍କୁ ଗିରଫ କରିଛି। ଆର୍ଥିକ ହେରଫେରରେ ଆଉ କାହାର ସମ୍ପୃକ୍ତି ରହିଛି କି ନାହିଁ, ସେନେଇ ପୁଲିସ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.