ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ

0

ନୟାଗଡ: ୫୭ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ଘରୋଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବଡ଼ ଅଘଟଣ ଘଟିଛି। ଇଟାମାଟି ଥାନା ଅଧୀନ ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟରେ ବସ୍‌ଟି ରାସ୍ତାକଡ଼ରେ ଥିବା ଗଛରେ ଧକ୍କା ଦେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ୧୦ରୁ ଅଧିକଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନା ମୁତାବକ, OD02DC-2735 ନମ୍ବର ବିଶିଷ୍ଟ ‘ଶ୍ରୀ ନୀଳକଣ୍ଠେଶ୍ୱର’ ବସ୍‌ଟି ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା। ଜହ୍ନିପଦା ଛକ ନିକଟରେ ହଠାତ୍‌ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଅର୍ଜୁନ ଗଛକୁ ଧକ୍କା ଦେଇଥିଲା। ଦୁର୍ଘଟଣାର ତୀବ୍ରତା ଏତେ ଅଧିକ ଥିଲା ଯେ ବସ୍‌ର ସମ୍ମୁଖ ଭାଗ ଛିନ୍ନଭିନ୍ନ ହୋଇଯାଇଥିଲା। ଧକ୍କା ପରେ କିଛି ଯାତ୍ରୀ ବସ୍‌ ଭିତରେ ଫସି ଯାଇଥିଲେ। ଦୁର୍ଘଟଣା ଖବର ପାଇ ସ୍ଥାନୀୟ ଲୋକେ ପ୍ରଥମେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ଇଟାମାଟି ଓ ନୟାଗଡ଼ ଟାଉନ ଥାନା ପୋଲିସ ସହ ଦମକଳ ବାହିନୀ ସେଠାରେ ପହଞ୍ଚି ଫସିଥିବା ଯାତ୍ରୀଙ୍କୁ ବାହାର କରିଥିଲେ। ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।

ଚିକିତ୍ସାଳୟରେ ଡାକ୍ତର ବସ୍‌ ଚାଳକଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଆହତଙ୍କ ମଧ୍ୟରୁ ୪ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ପଠାଯାଇଛି। ଅନ୍ୟ ଆହତଙ୍କ ଚିକିତ୍ସା ନୟାଗଡ଼ରେ ଚାଲିଛି। ଘଟଣାସ୍ଥଳରେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ଓ ଜିଲାପାଳ ମଧୁମିତା ରଥ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଆହତମାନଙ୍କୁ ତୁରନ୍ତ ଓ ଉତ୍ତମ ଚିକିତ୍ସା ଯୋଗାଇଦେବା ଉପରେ ସେମାନେ ଗୁରୁତ୍ୱ ଦେଇଥିଲେ। ବିଧାୟକ ମୃତ ଚାଳକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଥିଲେ।

Leave A Reply

Your email address will not be published.