ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ

0

କେରଳ:କେରଳର ତ୍ରିଶୂର ଜିଲ୍ଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କ୍ୟାପମଙ୍ଗଳମ ନିକଟ ପନମ୍ବିକୁନ୍ନୁ ଅଞ୍ଚଳରେ ଜାତୀୟ ରାଜପଥରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ପଛରେ ଏକ କାର୍‌ ଧକ୍କା ଦେବାରୁ ୮ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି।

ପୋଲିସର ପ୍ରାଥମିକ ସୂଚନା ଅନୁଯାୟୀ, ରାତି ପ୍ରାୟ ୧୧ଟା ୪୦ ମିନିଟ୍‌ ସମୟରେ ଦ୍ରୁତଗତିରେ ଆସୁଥିବା କାର୍‌ଟି ଟ୍ରକ୍‌ର ପଛପଟେ ଜୋରଦାର ଧକ୍କା ଦେଇଥିଲା। ଧକ୍କାର ତୀବ୍ରତା ଏତେ ଅଧିକ ଥିଲା ଯେ କାର୍‌ଟି ଚୂରମାର ହୋଇଯାଇଥିଲା। ଏଥିରେ ଥିବା ସମସ୍ତ ୮ ଜଣଙ୍କ ଘଟଣାସ୍ଥଳରେ ହିଁ ଜୀବନ ଚାଲିଯାଇଥିଲା।

ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ଲୋକଙ୍କ ସହ ପୋଲିସ, ଅଗ୍ନିଶମନ ବାହିନୀ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। କାର୍‌ଟି ଭୟଙ୍କର ଭାବେ କ୍ଷତିଗ୍ରସ୍ତ ହୋଇଥିବାରୁ ଏହା ଭିତରେ ଫସି ରହିଥିବା ମୃତଦେହଗୁଡ଼ିକୁ ବାହାର କରିବା ପାଇଁ ରାତିରେ ହିଁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା।
ଦୀର୍ଘ ଚେଷ୍ଟା ପରେ ଉଦ୍ଧାରକାରୀ ଦଳ ସମସ୍ତ ମୃତଦେହକୁ କାର୍‌ରୁ ବାହାର କରିଥିଲେ। ପରେ ମୃତଦେହଗୁଡ଼ିକୁ ତ୍ରିଶୂର ମେଡିକାଲ କଲେଜ ହସ୍ପିଟାଲକୁ ପଠାଯାଇଛି। ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.