ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ

0

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବାଗପତରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରକ୍ ଓଲଟି ଭୟଙ୍କର ଦୁର୍ଘଟଣା। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଆହତ ହୋଇଛନ୍ତି। ସୋମବାର ରାତି ପ୍ରାୟ ୧ଟାରେ ପୂର୍ବ ପେରିଫେରାଲ ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଛି। ଖେକ୍ରା କୋତୱାଲି ଅଞ୍ଚଳର ବାସୀ ଓ ବାଡା ଗାଁ ମଧ୍ୟରେ ଟ୍ରକ୍‌ଟି ନିୟନ୍ତ୍ରଣ ହରାଇ ପ୍ରଥମେ ଡିଭାଇଡରରେ ଧକ୍କା ହୋଇଥିଲା। ପରେ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଦୁର୍ଘଟଣା ସମୟରେ ଟ୍ରକ୍‌ରେ ୩୨ ଜଣ ତୀର୍ଥଯାତ୍ରୀ ଥିଲେ। ସେମାନେ ରାଜସ୍ଥାନର ବାଗାଡ ଧାମରୁ ଦର୍ଶନ ସାରି ଫେରୁଥିଲେ।

ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ତୁରନ୍ତ ପହଞ୍ଚି ଆହତମାନଙ୍କୁ ବାଗପତ ଜିଲ୍ଲା ହସ୍ପିଟାଲକୁ ନେଇଥିଲେ। ସେଠାରେ ପ୍ରଥମେ ୬ ଜଣଙ୍କୁ ମୃତ ଘୋଷଣା କରାଯାଇଥିଲା। ଗୁରୁତର ଆହତଙ୍କ ମଧ୍ୟରୁ ୧୮ ଜଣଙ୍କୁ ଚିକିତ୍ସା ପାଇଁ ମେରଠକୁ ରେଫର କରାଯାଇଥିଲା। ପରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬ ଜଣଙ୍କ ମୃତ୍ୟୁ ହେବାରୁ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୨ରେ ପହଞ୍ଚିଛି। ଦୁର୍ଘଟଣାର ପ୍ରକୃତ କାରଣ ଜାଣିବାକୁ ପୁଲିସ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.