ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

0

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଆସନ୍ତା ୧୧ ତାରିଖ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ। କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

ମସ୍କୋରୁ ଭର୍ଚୁଆଲି ଖବରଦାତାମାନଙ୍କୁ ସମ୍ବୋଧିତ କରି ପେସ୍କୋଭ କହିଛନ୍ତି ଯେ, ପୁଟିନ୍‌ଙ୍କ ନୂଆଦିଲ୍ଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଆଉ ଏକ ଦ୍ୱିପାକ୍ଷିକ ବୈଠକ ପାଇଁ ରୁଷିଆ ଅପେକ୍ଷା କରିଛି। ବ୍ରିକ୍ସ ସମ୍ମିଳନୀ ସହ ଏହି ବୈଠକ ଭାରତ-ରୁଷିଆ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଦିଗରେ ଗୁରୁତ୍ୱ ବହନ କରିବ।

Leave A Reply

Your email address will not be published.