ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

0

୩ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ରଟି ୧୦-୧୧ ତାରିଖ ବେଳକୁ ଓଡ଼ିଶା ଉପକୂଳ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ନିକଟସ୍ଥ ବଙ୍ଗୋପସାଗର ନିକଟରେ ରହିବାର ସମ୍ଭାବନା ରହିଛି ଓ ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଭ୍ୟନ୍ତର ଓଡ଼ିଶା ଦେଇ ଛତିଶଗଡ଼ ଆଡ଼କୁ ଗତି କରିପାରେ।

ଏହି ସିଷ୍ଟମ୍ ପ୍ରଭାବରେ ଆଜି ଠାରୁ ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଳ୍ପ କିଛି ଅଞ୍ଚଳରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (୧୨ ରୁ ୨୦ ସେମି ) ସମ୍ଭାବନା ରହିଛି।୧୧ -୧୨ ତାରିଖ ରେ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ।

ପୂର୍ବାନୁମାନ– ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.