ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

0

ଭୁବନେଶ୍ବର: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫାକୁ କେନ୍ଦ୍ର ସରକାର ଗୃହୀତ କରିଛନ୍ତି। ତାଙ୍କ ଇସ୍ତଫା ଗ୍ରହଣ ପାଇଁ ପୂର୍ବରୁ ରାଜ୍ୟ ସରକାର ଗୃହ ମନ୍ତ୍ରାଳୟକୁ ସୁପାରିସ କରିଥିଲେ। ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ମୀନା ନିଜ ପଦରୁ ଇସ୍ତଫା ଦେଇଥିଲେ।

୨୦୧୩ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଜଗମୋହନ ମୀନା ଓଡ଼ିଶା ପୁଲିସର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦରେ ଦାୟିତ୍ୱ ତୁଲାଇଛନ୍ତି। ସେ ମାଲକାନଗିରି ଓ ଗଞ୍ଜାମ ଏସ୍‌ପି ଭାବେ କାର୍ଯ୍ୟ କରିବା ସହ କଟକ ଡିସିପି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ପରେ ତାଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ମିଳିଥିଲା। ଆଇଆଇଟି କାନପୁରରୁ ଏରୋସ୍ପେସ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିବା ମୀନା ନିଜ ଇସ୍ତଫା ସମ୍ପର୍କରେ ପୂର୍ବରୁ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ବ୍ୟକ୍ତିଗତ କାରଣରୁ ସେ ଏହି ପଦକ୍ଷେପ ନେଇଥିବା କହିଥିଲେ। ଓଡ଼ିଶାରେ କାର୍ଯ୍ୟକାଳ ମଧ୍ୟରେ ରାଜ୍ୟବାସୀଙ୍କ ଠାରୁ ମିଳିଥିବା ସ୍ନେହ ଓ ସହଯୋଗ ପାଇଁ ସେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

Leave A Reply

Your email address will not be published.