ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

0

ଭୁବନେଶ୍ବର: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫାକୁ କେନ୍ଦ୍ର ସରକାର ଗୃହୀତ କରିଛନ୍ତି। ତାଙ୍କ ଇସ୍ତଫା ଗ୍ରହଣ ପାଇଁ ପୂର୍ବରୁ ରାଜ୍ୟ ସରକାର ଗୃହ ମନ୍ତ୍ରାଳୟକୁ ସୁପାରିସ କରିଥିଲେ। ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ମୀନା ନିଜ ପଦରୁ ଇସ୍ତଫା ଦେଇଥିଲେ।

୨୦୧୩ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଜଗମୋହନ ମୀନା ଓଡ଼ିଶା ପୁଲିସର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦରେ ଦାୟିତ୍ୱ ତୁଲାଇଛନ୍ତି। ସେ ମାଲକାନଗିରି ଓ ଗଞ୍ଜାମ ଏସ୍‌ପି ଭାବେ କାର୍ଯ୍ୟ କରିବା ସହ କଟକ ଡିସିପି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ପରେ ତାଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ମିଳିଥିଲା। ଆଇଆଇଟି କାନପୁରରୁ ଏରୋସ୍ପେସ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିବା ମୀନା ନିଜ ଇସ୍ତଫା ସମ୍ପର୍କରେ ପୂର୍ବରୁ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ବ୍ୟକ୍ତିଗତ କାରଣରୁ ସେ ଏହି ପଦକ୍ଷେପ ନେଇଥିବା କହିଥିଲେ। ଓଡ଼ିଶାରେ କାର୍ଯ୍ୟକାଳ ମଧ୍ୟରେ ରାଜ୍ୟବାସୀଙ୍କ ଠାରୁ ମିଳିଥିବା ସ୍ନେହ ଓ ସହଯୋଗ ପାଇଁ ସେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

Leave A Reply

Your email address will not be published.