ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ

0

୨୨ରୁ ୨୬ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ସେପ୍ଟେମ୍ବର ୨୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହୋଇ ସେପ୍ଟେମ୍ବର ୨୧ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତରେ ଏବଂ ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ପାଣିପାଗ ପ୍ରଣାଳୀ ମୌସୁମୀ ବାୟୁ ପ୍ରବାହ ସହିତ ସମ୍ପୃକ୍ତ ଥିବାରୁ ଏହା ଆହୁରି ଶକ୍ତିଶାଳୀ ହେବାର ସମ୍ଭାବନା କମ୍ ରହିଛି ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପ୍ରାଥମିକ ଆକଳନ ଅନୁଯାୟୀ, ଏହି ପ୍ରକ୍ରିୟା ୨୩ ତାରିଖ ରାତି କିମ୍ବା ସେପ୍ଟେମ୍ବର ୨୪ ତାରିଖ ପୂର୍ବାହ୍ନରେ ଗଞ୍ଜାମ ଓ ପୁରୀ ଜିଲ୍ଲା ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ। ଏହାର ପ୍ରଭାବରେ ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶାର ଉପକୂଳ, ଦକ୍ଷିଣ ଓ ପଶ୍ଚିମ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.