ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଗଭୀର ଅବପାତ ପ୍ରଭାବରେ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସଦୃଶ ଲଘୁଚାପ ସକ୍ରିୟ, ୧୨ ଘଣ୍ଟା ରେ ନେବ ଅବପାତ ରୂପ, ପଶ୍ଚିମ – ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବ। ୨୩ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା – ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ। ୨୩ ତାରିଖ ସନ୍ଧ୍ୟା ରୁ ୨୪ ତାରିଖ ସକାଳ ମଧ୍ୟରେ ଶ୍ରୀକାକୁଲମ ଠାରୁ ଗୋପାଳପୁର ମଧ୍ୟରେ ଏହା ସ୍ତଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି।

ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ଵର , ମୟୁରଭଂଜ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୨ ରୁ ୨୫ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତର ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ଅଞ୍ଚଳରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ ସେମି +) ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତର ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏହି ସିଷ୍ଟମ୍ ପ୍ରଭାବରେ ୨୨ ରୁ ୨୪ ଯାଏଁ ଦକ୍ଷିଣ ଓଡ଼ିଶା ତଥା ଉପକୂଳ ଓଡ଼ିଶାର ଜିଲ୍ଲାରେ ପବନ ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦ କିମି ଓ ବେଳେବେଳେ ୬୦ କିମି ଯାଏଁ ରହିପାରେ। ତେବେ ୨୩-୨୪ ରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି , ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପବନ ବେଗ ଘଣ୍ଟା ପ୍ରତି ପ୍ରାୟ ୫୦-୬୦କିମି ବେଳେବେଳେ ୭୫ କିମି ବହିବା ସମ୍ଭାବନା ରହିଛି। ୨୨ ରୁ ୨୫ ଯାଏଁ ଏହି ସିଷ୍ଟମ୍ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ହେତୁ ଏହି ସମୟରେ ସମୁଦ୍ରକୁ ଯିବା ବାରଣ ।

ପୂର୍ବାନୁମାନ – ସାର୍ଥକ ମିଶ୍ର

Leave A Reply

Your email address will not be published.