ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

0

କେରଳ: ଦକ୍ଷିଣ ଭାରତର ରାଜ୍ୟ କେରଳରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଘଟିଛି। ଗତ ୨୪ ଘଣ୍ଟାରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଲୋକ ନିଖୋଜ ଥିବା ସୂଚନା ମିଳିଛି। ମଲପ୍ପୁରମ୍‌ରେ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟ୍ଟୟମ୍‌ ଓ ଇଡ୍ଡୁକିରେ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷରେ ଅମରାମବଲମ୍‌ ଓ ନିଲାମ୍ବୁର ଅଞ୍ଚଳରେ ଆକସ୍ମିକ ବନ୍ୟାରେ ୫ ଜଣ ଭାସିଯାଇଥିବା ଜଣାପଡ଼ିଛି। ନିଖୋଜଙ୍କ ସନ୍ଧାନ ପାଇଁ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ନିୟୋଜିତ କରାଯାଇଛି। ଉଦ୍ଧାରକାରୀ ଦଳ ଦୁଇଟି ଭିନ୍ନ ସ୍ଥାନରୁ ଦୁଇଟି ମୃତଦେହ ଉଦ୍ଧାର କରିଛି।

ବର୍ଷାକୁ ନେଇ ଭାରତୀୟ ପାଣିପାଗ ବିଭାଗ ଆଜି ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ ଜାରି କରିଛି। କୋଟ୍ଟୟମ୍‌, ଇଡ୍ଡୁକି, ଏର୍ଣ୍ଣାକୁଲମ୍‌, ତ୍ରିଶୂର, ମଲପ୍ପୁରମ୍‌ ଓ ପଲକ୍କଡରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଚେତାବନୀ ଦିଆଯାଇଛି। ପରିସ୍ଥିତି ଉପରେ ନଜର ରଖି ମୁଖ୍ୟମନ୍ତ୍ରୀ ଭି.ଡି. ସତୀଶନ ଅଧିକାରୀଙ୍କ ସହ ସ୍ଥିତି ସମୀକ୍ଷା କରିଛନ୍ତି। ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.