ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

0

କେରଳ: ଦକ୍ଷିଣ ଭାରତର ରାଜ୍ୟ କେରଳରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଘଟିଛି। ଗତ ୨୪ ଘଣ୍ଟାରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଲୋକ ନିଖୋଜ ଥିବା ସୂଚନା ମିଳିଛି। ମଲପ୍ପୁରମ୍‌ରେ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟ୍ଟୟମ୍‌ ଓ ଇଡ୍ଡୁକିରେ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷରେ ଅମରାମବଲମ୍‌ ଓ ନିଲାମ୍ବୁର ଅଞ୍ଚଳରେ ଆକସ୍ମିକ ବନ୍ୟାରେ ୫ ଜଣ ଭାସିଯାଇଥିବା ଜଣାପଡ଼ିଛି। ନିଖୋଜଙ୍କ ସନ୍ଧାନ ପାଇଁ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ନିୟୋଜିତ କରାଯାଇଛି। ଉଦ୍ଧାରକାରୀ ଦଳ ଦୁଇଟି ଭିନ୍ନ ସ୍ଥାନରୁ ଦୁଇଟି ମୃତଦେହ ଉଦ୍ଧାର କରିଛି।

ବର୍ଷାକୁ ନେଇ ଭାରତୀୟ ପାଣିପାଗ ବିଭାଗ ଆଜି ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ ଜାରି କରିଛି। କୋଟ୍ଟୟମ୍‌, ଇଡ୍ଡୁକି, ଏର୍ଣ୍ଣାକୁଲମ୍‌, ତ୍ରିଶୂର, ମଲପ୍ପୁରମ୍‌ ଓ ପଲକ୍କଡରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଚେତାବନୀ ଦିଆଯାଇଛି। ପରିସ୍ଥିତି ଉପରେ ନଜର ରଖି ମୁଖ୍ୟମନ୍ତ୍ରୀ ଭି.ଡି. ସତୀଶନ ଅଧିକାରୀଙ୍କ ସହ ସ୍ଥିତି ସମୀକ୍ଷା କରିଛନ୍ତି। ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.