ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଅସୁସ୍ଥ ହୋଇ ଏମ୍ସରେ ଚିକିତ୍ସିତ ହୋଇଛନ୍ତି ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ। ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏମ୍ସରେ ପହଞ୍ଚି ବାଚସ୍ପତିଙ୍କୁ ସାକ୍ଷାତ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଏଥିସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ଆଫ୍ରିକାର କେପ୍‌ଟାଉନ୍‌ରେ ଆୟୋଜିତ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ସମ୍ମିଳନୀରୁ ଫେରିବା ପରେ ବାଚସ୍ପତି ଅସୁସ୍ଥ ହୋଇଥିଲେ। ତେବେ ଅସୁସ୍ଥ ଅବସ୍ଥାରେ ମଧ୍ୟ ସେପ୍ଟେମ୍ବର ୨୨ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନର ପ୍ରଥମ ଦିନ ଗୃହ ପରିଚାଳନା କରିଥିଲେ।

ତେବେ ସେପ୍ଟେମ୍ବର ୨୩ ତାରିଖରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଛି। ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ମାଝୀ ଏମ୍ସରେ ପହଞ୍ଚି ତାଙ୍କୁ ଭେଟିଥିବା ଜଣାପଡ଼ିଛି।

Leave A Reply

Your email address will not be published.