କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣାର ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ପରଲୋକ ହୋଇଛି। ଗୁରୁବାର ରାତି ପ୍ରାୟ ୮ଟାରେ କେନ୍ଦୁଝରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୭୯ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ କିଛି ମାସ ଧରି ସେ ଅସୁସ୍ଥ ଥିବାରୁ ତାଙ୍କର ଚିକିତ୍ସା ଚାଲିଥିଲା। କାହ୍ନୁ ଚରଣ ନାଏକ ୧୯୯୦ ମସିହାରେ ପ୍ରଥମ ଥର ପାଇଁ ପାଟଣା ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୫ ପର୍ଯ୍ୟନ୍ତ ସେ ବିଧାୟକ ଭାବେ ଦାୟିତ୍ୱ ତୁଲାଇଥିଲେ। ଏହାସହ ୧୯୯୨ରୁ ୧୯୯୪ ପର୍ଯ୍ୟନ୍ତ ସେ ଜନତା ଦଳର କେନ୍ଦୁଝର ଜିଲ୍ଲା ସଭାପତି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ