ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଦ୍ୱିତୀୟ ଥର ପାଇଁ ବାତିଲ ହେଲା ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ

0

ଭୁବନେଶ୍ବର: ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବର୍ଷା ଓ ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ପୁଣି ଥରେ ବାତିଲ କରାଯାଇଛି। ଏହା ଦ୍ୱିତୀୟ ଥର ପାଇଁ ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ହୋଇଛି। ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଅଜିତ କୁମାର ଏନେଇ ସୂଚନା ଦେଇଛନ୍ତି।
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ରାଷ୍ଟ୍ରପତି ଅକ୍ଟୋବର ୨୮ ଓ ୨୯ ତାରିଖରେ ଦୁଇଦିନିଆ ରାଇରଙ୍ଗପୁର ଗସ୍ତରେ ଆସିଥାନ୍ତେ। କିନ୍ତୁ ବାତ୍ୟା ‘ଅର୍ଣ୍ଣବ’ ଆଶଙ୍କା ଯୋଗୁଁ ଏହି କାର୍ଯ୍ୟକ୍ରମ ବାତିଲ ହୋଇଥିଲା। ପରେ ନଭେମ୍ବର ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଗସ୍ତ ପାଇଁ ନୂଆ କାର୍ଯ୍ୟସୂଚୀ ଚୂଡ଼ାନ୍ତ ହୋଇଥିଲା। ତେବେ ଲଗାଣ ବର୍ଷା ଓ ସୁରକ୍ଷା ସମ୍ବନ୍ଧୀୟ କାରଣରୁ ଏହାକୁ ମଧ୍ୟ ସ୍ଥଗିତ ରଖାଯାଇଛି।

ଏହି ଗସ୍ତରେ ରାଷ୍ଟ୍ରପତି ପଶ୍ଚିମବଙ୍ଗର କୋଲେଇକୁଣ୍ଡାରେ ପହଞ୍ଚି ସେଠାରୁ ସଡ଼କ ପଥରେ ରାଇରଙ୍ଗପୁର ଯିବାର କାର୍ଯ୍ୟକ୍ରମ ଥିଲା। ଗସ୍ତ ସମୟରେ ବହଳଦାସ୍ଥିତ ମା’ କିଚକେଶ୍ୱରୀ ମନ୍ଦିର, ମାହୁଲଡିହାର ଲକ୍ଷ୍ମୀମଣ୍ଡପ, ରାଇରଙ୍ଗପୁରସ୍ଥିତ ନିଜ ବାସଭବନ, ଉପଖଣ୍ଡ ଚିକିତ୍ସାଳୟ ଓ କଚେରି ପଡ଼ିଆ ସମେତ ବିଭିନ୍ନ ସ୍ଥାନକୁ ଯିବାର କାର୍ଯ୍ୟସୂଚୀ ରହିଥିଲା। ନଭେମ୍ବର ୫ ତାରିଖରେ ସ୍ପୋର୍ଟସ୍ କମ୍ପ୍ଲେକ୍ସ, ବିକାଶ ନଗର, ଗୋରୁମହିଷାଣୀ ଆଇରନ୍ କଲେଜସ୍ଥିତ ମଲ୍ଟି ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ଓ ଟାଉନ୍ ହଲ୍ ଗସ୍ତ କରିବାର ଯୋଜନା ଥିଲା। ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତର ପରବର୍ତ୍ତୀ ତାରିଖ ପରେ ଚୂଡ଼ାନ୍ତ ହେବ ବୋଲି ସାଂସଦ ନବଚରଣ ମାଝୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.