ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ସଡ଼କ ଦୁର୍ଘଟଣା ହନି ସିଂଙ୍କ ପୁତୁରାଙ୍କ ସହ ୨ ଯୁବକଙ୍କ ମୃତ୍ୟୁ

0

ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଏକ ଭୟାବହ ସଡ଼କ ଦୁର୍ଘଟଣାରେ ପ୍ରସିଦ୍ଧ ଗାୟକ ତଥା ରାପର ୟୋ ୟୋ ହନି ସିଂଙ୍କ ପୁତୁରା ୱିଦିତ ଓଲକଙ୍କ ସହ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ମୃତକ ହେଉଛନ୍ତି ୱିଦିତଙ୍କ ବନ୍ଧୁ ଆରବ ତାଲୱାର। ଏହି ଘଟଣା ସଙ୍ଗୀତ ଜଗତ ଓ ପ୍ରଶଂସକଙ୍କ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି।

ସୂଚନା ଅନୁଯାୟୀ, ଦୁହେଁ ଏକ ଜନ୍ମଦିନ ପାର୍ଟିରୁ ଫେରୁଥିବା ବେଳେ ଭୋର ସମୟରେ ପୁଲିସ ଲାଇନ୍ସ ନିକଟସ୍ଥ ଫ୍ଲାଇଓଭରରେ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଯାଉଥିବା ଫୋଲକ୍ସୱାଗନ୍ କାର୍‌ଟି ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ସଫେଇ କାମ ପାଇଁ ରଖାଯାଇଥିବା ପୌରପାଳିକାର ଟ୍ରାକ୍ଟର-ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ କାର୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିଲା। ଘଟଣାସ୍ଥଳରେ ହିଁ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିଲା। ପରିବାର ପକ୍ଷରୁ ଆଇନଗତ କାର୍ଯ୍ୟାନୁଷ୍ଠାନ ନଚାହିଁବାରୁ ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହଗୁଡ଼ିକୁ ହସ୍ତାନ୍ତର କରାଯାଇଥିଲା। ହନି ସିଂ ସୋସିଆଲ ମିଡିଆରେ ପୁତୁରାଙ୍କ ଫଟୋ ସେୟାର କରି ଏହି ଦିନକୁ ନିଜ ଜୀବନର ଅତ୍ୟନ୍ତ ମର୍ମନ୍ତୁଦ ଓ ଅସହ୍ୟ ଦିନ ବୋଲି ଲେଖିଛନ୍ତି।

Leave A Reply

Your email address will not be published.