ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ପଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପରଲୋକ

0

ଭୁବନେଶ୍ବର: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି। ୭୪ ବର୍ଷ ବୟସରେ ସୋମବାର ରାତି ୯ଟା ୧୫ ମିନିଟ୍‌ରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଚିକିତ୍ସା ଜଗତ ସହ ଓଡ଼ିଶାର ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ଡା. ମହାପାତ୍ର ମସ୍ତିଷ୍କ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥାଇ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେ ଭୁବନେଶ୍ୱର ଏମ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଥିଲେ। ୨୦୧୨ରୁ ୨୦୧୬ ପର୍ଯ୍ୟନ୍ତ ଏହି ଦାୟିତ୍ୱ ତୁଲାଇବା ସହ ନୂଆଦିଲ୍ଲୀ ଏମ୍ସର ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଏହାବ୍ୟତୀତ ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟଗ୍ରାଜୁଏଟ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ର ନିର୍ଦ୍ଦେଶକ ଏବଂ ସୋଆ ବିଶ୍ୱବିଦ୍ୟାଳୟର କୁଳପତି ଓ ମୁଖ୍ୟ ପରାମର୍ଶଦାତା ଭାବେ ଦାୟିତ୍ୱ ନିର୍ବାହ କରିଥିଲେ।

୨୦୧୭ରେ ଦିଲ୍ଲୀ ଏମ୍ସରେ ଓଡ଼ିଶାର ଯୋଡ଼ାମୁଣ୍ଡ ଶିଶୁ ଜଗା-ବଳିଆଙ୍କୁ ଅଲଗା କରିବା ପାଇଁ ହୋଇଥିବା ଜଟିଳ ଅସ୍ତ୍ରୋପଚାରରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ଚିକିତ୍ସା ବିଜ୍ଞାନ ଓ ଗବେଷଣା କ୍ଷେତ୍ରରେ ଅବଦାନ ପାଇଁ ୨୦୨୪ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା। ଡା. ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ନ୍ୟୁରୋସର୍ଜନ ଭାବେ ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ସମୃଦ୍ଧ କରିବା ସହ ଓଡ଼ିଶା ପାଇଁ ଗୌରବ ଆଣିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଚିକିତ୍ସା ସେବା ଓ ଗବେଷଣା କ୍ଷେତ୍ରର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ସେ ଉଲ୍ଲେଖ କରିଛନ୍ତି।

Leave A Reply

Your email address will not be published.