ଭୁବନେଶ୍ବର:ରାଜ୍ୟର ୭ଟି ବିଶ୍ୱବିଦ୍ୟାଳୟର NAAC ମାନ୍ୟତା ନବୀକରଣ ପାଇଁ ପଦକ୍ଷେପ ନେଇଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ନବୀକରଣ ତାଲିକାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ, ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ବିକ୍ରମ ଦେବ ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ଧରଣୀଧର ବିଶ୍ୱବିଦ୍ୟାଳୟ, ଏମ୍ଏସ୍ ଆଇନ ବିଶ୍ୱବିଦ୍ୟାଳୟ ଓ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ରହିଛି।
ଏହି ପ୍ରକ୍ରିୟାରେ ରାଜ୍ୟ ସରକାର ସମ୍ପୃକ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ। ଏଥିପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ସହ ମଧ୍ୟ ଉଚ୍ଚଶିକ୍ଷା ବିଭାଗ ଯୋଗାଯୋଗରେ ରହିଛି।
ଅନ୍ୟପଟେ, ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତି ପ୍ରକ୍ରିୟା ଶେଷ ହୋଇଛି। ସେହିପରି ୧୪୦୦ରୁ ଅଧିକ ପ୍ରାଧ୍ୟାପକ, ସହ ପ୍ରାଧ୍ୟାପକ ଓ ସହକାରୀ ପ୍ରାଧ୍ୟାପକ ପଦବୀ ପୂରଣ ପାଇଁ ସାକ୍ଷାତକାର ଚାଲିଛି। ଆସନ୍ତା ଦୁଇ ମାସ ମଧ୍ୟରେ ଏହି ପ୍ରକ୍ରିୟା ଶେଷ ହେବ ବୋଲି ଆଶା ରଖିଛି ବିଭାଗ।