ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

୭ ଯାଏଁ ଗଞ୍ଜାମରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

0

ଭୁବନେଶ୍ବର: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ଗଞ୍ଜାମ ଜିଲ୍ଲାରେ କ୍ଷତିଗ୍ରସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକର ସଫେଇ, ବିଶୋଧନ ଓ ମରାମତି କାର୍ଯ୍ୟ ପାଇଁ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଏହି ଘୋଷଣା କରିଛନ୍ତି। ନଭେମ୍ବର ୫ରୁ ୭ ତାରିଖ ଯାଏଁ ତିନିଦିନ କ୍ଲାସ ବନ୍ଦ ରହିବ।

ବନ୍ୟା ଯୋଗୁଁ ଜିଲ୍ଲାର ୪୯୮ଟି ସ୍କୁଲ ଓ ୧,୦୩୨ଟି ଶ୍ରେଣୀଗୃହ କ୍ଷତିଗ୍ରସ୍ତ ହୋଇଛି। ଅନେକ ସ୍କୁଲ ଘରେ ବର୍ଷା ଓ ବନ୍ୟାଜଳ ପଶିଯାଇଛି। ଏହି ପରିପ୍ରେକ୍ଷୀରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ବୈଷୟିକ ଯାଞ୍ଚ, ସଫେଇ ଓ ବିଶୋଧନ କାର୍ଯ୍ୟ ଚାଲିଥିବାରୁ ପିଲାମାନଙ୍କ ସୁରକ୍ଷା ଦୃଷ୍ଟିରୁ ଛୁଟି ଘୋଷଣା କରାଯାଇଛି।

ଏହି ନିଷ୍ପତ୍ତି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଲାଗୁ ହେବ। ତେବେ କ୍ଲାସ ବନ୍ଦ ରହିଲେ ମଧ୍ୟ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସ୍କୁଲକୁ ଆସିବେ ଏବଂ ସଫେଇ କାର୍ଯ୍ୟର ତଦାରଖ କରିବେ। ପରିସ୍ଥିତିର ସମୀକ୍ଷା ପରେ ନଭେମ୍ବର ୯ ତାରିଖରୁ ସ୍କୁଲ ଖୋଲିବା ନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.