ପ୍ରମୁଖ ଖବର

ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍‌-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ

ବାଲିଯାତ୍ରା ଉଦ୍‌ଘାଟନ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

0

ଭୁବନେଶ୍ବର: ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟନ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଞ୍ଚିବା ପରେ ବିମାନବନ୍ଦରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ ଭବ୍ୟ ସ୍ୱାଗତ ଜଣାଇଛନ୍ତି।

କାର୍ଯ୍ୟସୂଚୀ ଅନୁଯାୟୀ, ଆଜି ଅପରାହ୍ନ ୫ଟାରେ ରାଷ୍ଟ୍ରପତି କଟକର ଐତିହାସିକ ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟନ କରିଛନ୍ତି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସେ ସଡ଼କପଥରେ କଟକରେ ପହଞ୍ଚିଛନ୍ତି। ସେଠାରୁ ସିଲଭର ସିଟି ବୋଟ୍‌ କ୍ଲବ୍‌ରୁ ‘କଳିଙ୍ଗ ତରଙ୍ଗିଣୀ’ ନୌକା ଯୋଗେ ବାଲିଯାତ୍ରା ପଡ଼ିଆକୁ ଯାଇଛନ୍ତି। ଏଥିପାଇଁ ନୌକାକୁ ପ୍ରସ୍ତୁତ କରାଯାଇଥିବା ବେଳେ ଏଥିରେ ୧୫ ଜଣଙ୍କ ବସିବା ବ୍ୟବସ୍ଥା ରହିଛି। ବାଲିଯାତ୍ରା ପଡ଼ିଆରେ ପହଞ୍ଚିବା ପରେ ରାଷ୍ଟ୍ରପତି ‘କଟକ ଇନ୍‌ କଟକ’ଠାରେ କଟକ ମହାନଗର ନିଗମର ୧୫୦ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଛନ୍ତି। ଏହାପରେ ଓର୍‌ମାସ ପରିଦର୍ଶନ କରି ଗଣକବି ବୈଷ୍ଣବ ପାଣି ମଞ୍ଚରେ ବାଲିଯାତ୍ରାର ଆନୁଷ୍ଠାନିକ ଉଦ୍‌ଘାଟନ କରିବେ। ଆସନ୍ତାକାଲି ସେ ଅଭିନ୍ନଚନ୍ଦ୍ର ହୋମିଓପ୍ୟାଥିକ୍‌ କଲେଜର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

Leave A Reply

Your email address will not be published.