ପ୍ରମୁଖ ଖବର

ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍‌-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ

ନଭେମ୍ବର ୨୬ରେ ପାଳନ ହେବ ସମ୍ବିଧାନ ଦିବସ

0

ନୂଆଦିଲ୍ଲୀ: ନଭେମ୍ବର ୨୬ରେ ଦିଲ୍ଲୀରେ ପାଳନ ହେବ ସମ୍ବିଧାନ ଦିବସ। ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ନେତୃତ୍ୱ ନେବେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାର। ଡକ୍ଟର ଆମ୍ବେଦକର ଫାଉଣ୍ଡେସନ ପକ୍ଷରୁ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ହେବ।

ଏହି ସମାରୋହରେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଉଦୟ ଉମେଶ ଲଳିତ ସମ୍ବିଧାନର ପ୍ରସ୍ତାବନା ପାଠ କରିବା ସହ ‘ସାମ୍ବିଧାନିକ ଶାସନ ଓ ଆମ୍ବେଦକରଙ୍କ ଐତିହ୍ୟ’ ଶୀର୍ଷକ ବକ୍ତୃତା ପ୍ରଦାନ କରିବେ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ସମ୍ବିଧାନ @୭୬: ଆମ୍ବେଦକରଙ୍କ ସାମ୍ବିଧାନିକ ଦୃଷ୍ଟିକୋଣ ଓ ଭାରତୀୟ ଗଣତନ୍ତ୍ରର ଭବିଷ୍ୟତ’। ଏଥିରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ରାମଦାସ ଆଠୱାଲେ ଓ ବି.ଏଲ୍. ବର୍ମାଙ୍କ ସମେତ ବହୁ ବିଶିଷ୍ଟ ଶିକ୍ଷାବିତ୍‌, ଗବେଷକ ଓ ଅଧିକାରୀ ଯୋଗଦେବେ। ସମ୍ବିଧାନର ମୂଳ ଆଦର୍ଶ, ସାମାଜିକ ନ୍ୟାୟ ଓ ଗଣତାନ୍ତ୍ରିକ ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଏହି ଅବସରରେ ଆଲୋଚନା ହେବ।
ସୂଚନାଯୋଗ୍ୟ, ୧୯୪୯ ନଭେମ୍ବର ୨୬ରେ ଭାରତୀୟ ସମ୍ବିଧାନ ଗୃହୀତ ହୋଇଥିଲା ଏବଂ ୧୯୫୦ ଜାନୁଆରୀ ୨୬ରୁ କାର୍ଯ୍ୟକାରୀ ହୋଇଥିଲା।

Leave A Reply

Your email address will not be published.