ପ୍ରମୁଖ ଖବର

ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍‌-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ

ରାଜ୍ୟରେ ୫ ହଜାରରୁ ଅଧିକ ଡାକ୍ତର ପଦ ଖାଲି, ବିଧାନସଭାରେ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

0

ଭୁବନେଶ୍ବର: ରାଜ୍ୟରେ ଡାକ୍ତର ଅଭାବକୁ ନେଇ ସାମ୍ନାକୁ ଆସିଛି ଚିନ୍ତାଜନକ ତଥ୍ୟ। ବିଭିନ୍ନ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସମେତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ୫ ହଜାରରୁ ଅଧିକ ଡାକ୍ତର ପଦ ଖାଲି ପଡ଼ିଛି। ବିଧାୟକ ଅଶ୍ୱିନୀ ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

ମନ୍ତ୍ରୀଙ୍କ ସୂଚନା ଅନୁସାରେ, ରାଜ୍ୟରେ ମୋଟ ୧୫ ହଜାର ୭୯୩ଟି ଡାକ୍ତର ପଦବୀ ମଞ୍ଜୁର ହୋଇଥିବାବେଳେ ସେଥିରୁ ୫ ହଜାର ୨୧୯ଟି ପଦ ଖାଲି ରହିଛି। ସେହିପରି ୪ ହଜାର ୩୯୨ଟି ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ଶିକ୍ଷକ ପଦବୀ ମଧ୍ୟରୁ ୧ ହଜାର ୩୪୮ଟି ଖାଲି ପଡ଼ିଛି। ଡାକ୍ତରୀ ଶିକ୍ଷକଙ୍କ ଅଭାବ ସତ୍ତ୍ୱେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ ସରକାର ଯତ୍ନବାନ ଥିବା ମନ୍ତ୍ରୀ କହିଛନ୍ତି। ଖାଲି ପଦବୀଗୁଡ଼ିକୁ ଶୀଘ୍ର ପୂରଣ କରିବା ପାଇଁ ନିୟମିତ ଚୟନ, ବିଭାଗୀୟ ପଦୋନ୍ନତି, ଡେପୁଟେସନ୍‌ ଏବଂ ଚୁକ୍ତିଭିତ୍ତିକ ନିଯୁକ୍ତି ଭଳି ବିଭିନ୍ନ ପଦକ୍ଷେପ ନିଆଯାଉଥିବା ସେ ସ୍ପଷ୍ଟ କରିଛନ୍ତି।

Leave A Reply

Your email address will not be published.