ପ୍ରମୁଖ ଖବର

ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍‌-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ

ବରିଷ୍ଠ ସାମ୍ବାଦିକ ସନ୍ତୋଷ ମହାପାତ୍ରଙ୍କ ପରଲୋକ

0

ଭୁବନେଶ୍ବର: ଓଡ଼ିଆ ଗଣମାଧ୍ୟମ ଜଗତର ଜଣାଶୁଣା ବରିଷ୍ଠ ସାମ୍ବାଦିକ ସନ୍ତୋଷ କୁମାର ମହାପାତ୍ରଙ୍କ ପରଲୋକ ହୋଇଛି। ମଙ୍ଗଳବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଓଡ଼ିଆ ଟେଲିଭିଜନ ଓ ଛାପା ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି।

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତା ଶିକ୍ଷା ଶେଷ କରିବା ପରେ ସେ ‘ଦୈନିକ ଆଶା’ ଖବରକାଗଜରୁ ନିଜ କର୍ମଜୀବନ ଆରମ୍ଭ କରିଥିଲେ। ୧୯୯୨ ମସିହାରେ ବ୍ରହ୍ମପୁର ଆକାଶବାଣୀ କେନ୍ଦ୍ରରେ ଘୋଷକ ଭାବେ ଯୋଗଦେଇ ସେ ଶ୍ରୋତାଙ୍କ ମଧ୍ୟରେ ବେଶ୍‌ ପରିଚିତି ହାସଲ କରିଥିଲେ। ପରବର୍ତ୍ତୀ ସମୟରେ ୨୦୧୫ରୁ କିଛି ବର୍ଷ ପର୍ଯ୍ୟନ୍ତ କଳିଙ୍ଗ ଟିଭିରେ କାର୍ଯ୍ୟ କରିଥିଲେ। ଦୀର୍ଘ ତିନି ଦଶନ୍ଧିରୁ ଊର୍ଦ୍ଧ୍ୱ ସାମ୍ବାଦିକତା ଜୀବନରେ ସେ ଓଡ଼ିଶାର ଅନେକ ପ୍ରମୁଖ ବୈଦ୍ୟୁତିକ ଗଣମାଧ୍ୟମ ସଂସ୍ଥାରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ। ଖବର ପରିବେଷଣ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ନିଷ୍ଠା ଓ ଅବଦାନ ସ୍ମରଣୀୟ ହୋଇ ରହିବ।

ତାଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି। ଅନେକ ବ୍ୟକ୍ତି ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.