ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ଲୋକାର୍ପିତ ହେଲା ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲ

0

ଭୁବନେଶ୍ବର: ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଭଦ୍ରକ ଓ ସୁନ୍ଦରଗଡ ଆଦି ୫ଟି ଜିଲ୍ଲାର ୩୪୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । କଳାହାଣ୍ଡି ୭୩ ଉଚ୍ଚ ବିଦ୍ୟାଳୟ, କନ୍ଧମାଳର ୪୬ ଉଚ୍ଚ ବିଦ୍ୟାଳୟ, କୋରାପୁଟର ୮୨ ଉଚ୍ଚ ବିଦ୍ୟାଳୟ, ଭଦ୍ରକର ୬୦ ଉଚ୍ଚ ବିଦ୍ୟାଳୟ ଓ ସୁନ୍ଦରଗଡର ୮୨ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ ହୋଇଛି । ଏହାର୍ପୂବରୁ ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ ଜିଲ୍ଲାର ୨୮୬ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ଫାଇଭ-ଟି ସ୍କୁଲ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ବାରା ପିଲାଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ ସରକାରୀ ସ୍କୁଲଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ୫-ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Leave A Reply

Your email address will not be published.