ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ରାଜଧାନୀରୁ ୪୨ କିଲୋ ଗଞ୍ଜେଇ ଜବତ, ୫ ଗିରଫ

0

ଭୁବନେଶ୍ବର: ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଦିନ ୪୨ କିଲୋ ଗଞ୍ଜେଇ ଜବତ କରିବା ସହ ପାଞ୍ଚ ଜଣ ନିଶା ବ୍ୟବସାୟୀଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ।

ସୂଚନା ଅନୁଯାୟୀ, ପୋଲିସ ଟିମ୍ ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳରେ ଅଭିଯୁକ୍ତଙ୍କଠାରୁ ୨୦,୦୦୦ ଟଙ୍କା ସହ ଦୁଇଟି ମୋବାଇଲ୍ ଫୋନ୍ ଏବଂ ୩ଟି ବାଇକ ମଧ୍ୟ ଜବତ କରିଛି। ନିଶା ବେପାର ନେଇ ଖବର ପାଇବା ପରେ ହାତିଆସୁଣି ସ୍ଥିତ ବିଏମସି ୱେଲ୍ଥ ସେଣ୍ଟର ନିକଟରେ ପୋଲିସ ଟିମ୍ ଛପିଥିଲେ। ପରେ ପାଞ୍ଚ ଜଣ ଅଭିଯୁକ୍ତ ଦୁଇ ଚକିଆ ଗାଡ଼ିରେ ସେଠାରେ ପହଞ୍ଚିଥିଲା ବେଳେ ପୋଲିସ ସେମାନଙ୍କ ଉପରେ ଚଢ଼ଉ କରିଥିଲା।

ତେବେ ଗିରଫ ଅଭିଯୁକ୍ତମାନେ ଭୁବନେଶ୍ୱର ସାଲିଆସାହିର ବାସିନ୍ଦା ହୋଇଥିବା ବେଳେ ସେମାନେ ହେଉଛନ୍ତି ଦିଲ୍ଲୀପ କୁମାର ବରାଳ ଓରଫ ଦିଲୁଆ, ଜିତେନ୍ଦ୍ର ପ୍ରଧାନ ଓରଫ ମୁଣ୍ଡା ଜିତୁ, ପ୍ରକାଶ ଖଟୁଆ ଓରଫ ମିଥୁନ। ସେହିପରି ଅନ୍ୟ ମାନେ ହେଲେ ରବିନ୍ଦ୍ର ସାହୁ ଓରଫ ବାପୁନ ଏବଂ ନିକଲେଶ ପଣ୍ଡା ଓରଫ ପପୁ। ଅପରପକ୍ଷରେ ସେମାନଙ୍କ ବିରୋଧରେ ମୈତ୍ରୀ ବିହାର ଥାନାରେ ଏକ ମାମଲା ରୁଜୁ ହୋଇଛି।

Leave A Reply

Your email address will not be published.