ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

0

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ ଜିଲ୍ଲାର ସତ୍ୟବାଦୀ, କେନ୍ଦୁଝର ଜିଲ୍ଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୁରଭଞ୍ଜ ଜିଲ୍ଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲ୍ଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, କଟକ ଜିଲ୍ଲାର ବାରଙ୍ଗ ଓ କଣ୍ଟାପଡ଼ା, ସୋନପୁର ଜିଲ୍ଲାର ଉଲୁଣ୍ଡା, ବରଗଡ଼ ଜିଲ୍ଲାର ଭଟଲି, ଝାରସୁଗୁଡ଼ା ଜିଲ୍ଲାର କୋଲାବିରା, ଖୋର୍ଦ୍ଧା ଜିଲ୍ଲାର ବାଣପୁର, କୋରାପୁଟ ଜିଲ୍ଲାର ପଟାଙ୍ଗୀ, ଯାଜପୁର ଜିଲ୍ଲାର ରସୁଲପୁର, କୋରେଇ ଓ ଧର୍ମଶାଳା, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, କନ୍ଧମାଳ ଜିଲ୍ଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, ଭଦ୍ରକ ଜିଲ୍ଲାର ତିହିଡ଼ି, ମାଲକାନଗିରି ଜିଲ୍ଲାର ଖଇରପୁଟ, ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଏବଂ ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ ।
ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ୪୬ଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା ।

Leave A Reply

Your email address will not be published.