ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବାତ୍ୟା ଦାନାରେ କ୍ଷତି ହୋଇଛି ୬ଶହ କୋଟି: ରାଜସ୍ୱ ମନ୍ତ୍ରୀ

0

ଭୁବନେଶ୍ବର: ଆସିଲା ବାତ୍ୟା ଦାନା କ୍ଷୟକ୍ଷତିର ରିପୋର୍ଟ। ଆଜି କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି ହୋଇଥିବା ସେ କହିଛନ୍ତି। ବିଶେଷକରି ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲା ଏହି ବାତ୍ୟାରେ ବେଶୀ କ୍ଷତିଗ୍ରସ୍ତ ହୋଇଥିବା ମନ୍ତ୍ରୀ କହିଛନ୍ତି। ଏହାବ୍ୟତୀତ ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କଟକ ମଧ୍ୟ ପ୍ରଭାବିତ ହୋଇଛି। ପଞ୍ଚାୟତିରାଜ ବିଭାଗ ଛଡ଼ା ଅନ୍ୟ ସବୁ ବିଭାଗରୁ ରିପୋର୍ଟ ଆସିଛି।

ରିପୋର୍ଟ ଅନୁଯାୟୀ, ରାଜ୍ୟର ମୋଟ୍‌ ୧୪ ଜିଲାର ୧୩୧ ବ୍ଲକ ପ୍ରଭାବିତ ହୋଇଥିବାବେଳେ, ୧୧ହଜାର ୬୩୭ ଟି ଗାଁର ୪୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ୧୬, ୪୧୭ ଘର ପ୍ରଭାବିତ ହୋଇଥିବାବେଳେ ୨୭ ଘର ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ୧୪, ୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି। ହିସାବ ଅନୁସାରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ ହୋଇଛି।

ତେବେ ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହୋଇ କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।ଏହାସହ ଚୂଡ଼ାନ୍ତ ଆକଳନ ପରେ କେନ୍ଦ୍ରକୁ କ୍ଷତିପୂରଣ ପାଇଁ ରିପୋର୍ଟ ଦିଆଯିବ ବୋଲି କୁହାଯାଇଛି।

Leave A Reply

Your email address will not be published.