ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମୋଦୀ ଭେଟିଦେଲେ ୬୮ହଜାର କୋଟିର ପ୍ରକଳ୍ପ

0

ସମ୍ବଲପୁର: ଆଜି ଓଡିଶା ଗସ୍ତରେ ଆସି ସମ୍ବଲପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ। ଏହା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ ଯୋଗ ଦେଇଥିଲେ।

ସେହିପରି ଓଡିଶାବାସୀଙ୍କୁ ଭେଟି ଦେଇଛନ୍ତି ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପ । ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଛି । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣ କରିଥିଲେ।

ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେଇଥିଲେ ମୋଦୀ। ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା। ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ହୋଇଥିଲେ।ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ମୋଦୀଙ୍କ ଗସ୍ତ ବେଳେ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବା ସହ ସୁରକ୍ଷା ଦାୟିତ୍ୱରେ ୭ ଜଣ କମାଣ୍ଡାଂଟଙ୍କ ସହ ପ୍ରାୟ ୩ ଶହ ଅଫିସରଙ୍କୁ ନିୟୋଜିତ କରାଯାଇଥିଲା । ଉତରାଂଚଳ ପୁଲିସ ରେଞ୍ଜ ଅନ୍ତର୍ଗତ ୪ଟି ଜିଲ୍ଲରା ଏସପି ଓ ଦୁଇଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରୁଥିଲେ।

Leave A Reply

Your email address will not be published.