ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତ ପାଇଁ ୮ ଚୁକ୍ତି ସ୍ଵାକ୍ଷର

0

ଭୁବନେଶ୍ବର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫। ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ। ଆଜି ମୋଟ ୮ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଫଳରେ ୩୬ଟି ୟୁନିଟରେ ୭୭୬୨ କୋଟି ଟଙ୍କାର ପୁଞ୍ଜି ନିବେଶ ସୁରକ୍ଷିତ ହୋଇଛି। ଏହା ଯୋଗୁଁ ରାଜ୍ୟରେ ୨୨୦୦୦ ପ୍ରତ୍ୟକ୍ଷ ଏବଂ ୬୬୦୦୦ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ତଥା ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି, “ଉଦ୍ୟୋଗୀଙ୍କୁ ସୁହାଇବା ଭଳି ନୀତି, ଦୃଢ ଭିତ୍ତିଭୂମି, ଆବଶ୍ୟକୀୟ କଞ୍ଚାମାଲ, ଦକ୍ଷତାସମ୍ପନ୍ନ ମାନବ ସମ୍ବଳ, ସୁଦକ୍ଷ ବୁଣାକାର ଓ ଡବଲ ଇଂଜିନ୍ ସରକାର ଆମର ଶକ୍ତି। ତେଣୁ ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ଆମ ରାଜ୍ୟରେ ବିପୁଳ ସୁଯୋଗ ରହିଛି। ବୟନ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ପୁଞ୍ଜି ନିବେଶ ହେଉଛି ପ୍ରଧାନମନ୍ତ୍ରୀଙ୍କ “ପୂର୍ବୋଦୟ” ଦୃଷ୍ଟିକୋଣର ଏକ ନିରନ୍ତର ଅନୁସରଣ।”

ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ଓଡ଼ିଶାରେ ଥିବା ବ୍ୟାପକ ସୁଯୋଗ ସମ୍ପର୍କରେ ଆଲୋକପାତ କରିଥିଲେ। ୮ଟି ଜିଆଇ ଟ୍ୟାଗ୍‍ ମାନ୍ୟତାପ୍ରାପ୍ତ ହସ୍ତତନ୍ତ ବସ୍ତ୍ର ଓଡ଼ିଶାର ଗରିମାମୟ ହସ୍ତତନ୍ତ ପରମ୍ପରାର ନିଦର୍ଶନ ବୋଲି କହିଥିଲ। ଅଧିକ ପୁଞ୍ଜି ନିବେଶ ହେଲେ ଭିତ୍ତିଭୂମି, ବଜାର ଏବଂ ଦକ୍ଷତା ବିକାଶରେ ବୃଦ୍ଧି ହେବା ସହ ବୁଣାକାର ଏବଂ କାରିଗରମାନଙ୍କ ଆର୍ଥିକ ସଶକ୍ତିକରଣରେ ସହାୟକ ହେବ ବୋଲି ମତ ବ୍ୟକ୍ତ କରିଥିଲେ।

ଶ୍ରୀ ମା ଟେକ୍ସଟାଇଲ୍ସ, ମା ବନଦୁର୍ଗା ଟେକ୍ସଟାଇଲ୍ସ ପ୍ରାଇଭେଟ୍ ଲିମିଟେଡ୍, ପ୍ରତିମା ଆଗ୍ରୋ ସ୍ପିନିଂ ମିଲ୍ସ, ତିଳୋତ୍ତମା ପ୍ରୋପ୍ରାଇଟର୍ସ, ଅରୁନ୍ଧତୀ ବାନ୍ଧକଳା, ଅନୁଭବ ନିଟ୍ୱେୟାର, ସେଡ୍ରା ଫିଲ୍ଟ୍ରେସନ ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ସେହିପରି GI ପରର ପଦକ୍ଷେପ ଏବଂ ରେଶମ ଚାଷ କ୍ଷେତ୍ରରେ ମୋଡାଲ ଇକୋ-ରେସ ସଂରକ୍ଷଣ ଉପରେ ଟେକ୍ସଟାଇଲ୍ସ କମିଟି ଏବଂ କେନ୍ଦ୍ରୀୟ ରେଶମ ବୋର୍ଡ଼ ସହ ୨ ଟି ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଛି। ଯାହା ଭବିଷ୍ୟତର ପ୍ରଗତି ଏବଂ ବିକାଶ ପାଇଁ ପଥ ପ୍ରସ୍ତୁତ କରିବ। ଫଳରେ ୩୬ଟି ୟୁନିଟରେ ୭୭୬୨ କୋଟି ଟଙ୍କାର ପୁଞ୍ଜି ନିବେଶ ସୁରକ୍ଷିତ ହୋଇଛି। ଏହା ଯୋଗୁଁ ରାଜ୍ୟରେ ୨୨୦୦୦ ପ୍ରତ୍ୟକ୍ଷ ଏବଂ ୬୬୦୦୦ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

Leave A Reply

Your email address will not be published.