ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କା ଇନପୁଟ୍ ସହାୟତା

0

ଭୁବନେଶ୍ବର: ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା । ୮୦୦ ଟଙ୍କାର ଇନ୍‌ପୁଟ ସହାୟତା ଦେଲେ ରାଜ୍ୟ ସରକାର। ବରଗଡ ସୋହେଲାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦ୍ର ସରକାରଙ୍କ ୨୩୦୦ ଏମଏସପି ସହ ୮୦୦ଟଙ୍କାର ଇନପୁଟ୍‌ ସହାୟତା ରାଶି ଯୋଗାଇଦେଲେ ରାଜ୍ୟ ସରକାର ।

ବରଗଡ଼ ସୋହେଲାରେ ଆୟୋଜିତ ଏହି ସମାବେଶରେ ପୂର୍ବ ନବୀନ ସରକାରକୁ ମୁଖ୍ୟମନ୍ତ୍ରୀ ସିଧା ଟାର୍ଗେଟ କରି ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୂର୍ବ ସରକାର ଏହି ସୋହେଲାରେ ୧୦୦ ଟଙ୍କା ବୋନସ୍ ଦେବାକୁ କହିଥିଲେ। ୨୦୧୬ରେ ସେମାନେ ଦେଇଥିବା ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ ହୋଇଛି । ଆମେ ଦେଇଅଥିବା ପ୍ରତିଶ୍ରୁତି ପୁରାଣ ହୋଇଛି ।

ବରଗଡ଼ର ସୋହେଲାଠାରେ ଧାନର ଇନ୍‌ପୁଟ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ୨୩୦୦ ଟଙ୍କା ଏମଏସପି ଏବଂ ୮୦୦ ଟଙ୍କା ଇନପୁଟ ସହାୟତା ମୂଲ୍ୟ ସହ ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ମିଳିଛି ୩୧୦୦ ଟଙ୍କା। ଧାନ ବିକ୍ରି ପରେ ୨୩ଶହ ଟଙ୍କା ଏମଏସିପ ଚାଷୀ ପାଉଥିବା ବେଳେ ଆଜିଠାରୁ ଚାଷୀ ଇନପୁଟ୍ ସବସିଡି ବାବଦକୁ ପାଇଛନ୍ତି ୮ ଶହ ଟଙ୍କା। ଧାନ କିଣା ଯିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଏହି ଟଙ୍କା।

କହିରଖୁଛୁ ଯେ, ସାଧାରଣ ନିର୍ବାଚନରେ ଧାନ ଏମଏସପି ବାବଦକୁ ୩୧ ଶହ ଟଙ୍କା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅନ୍ୟପଟେ କ୍ଷମତାକୁ ଆସିବା ପରେ ରାଜ୍ୟ ସରକାର ମଧ୍ୟ ୨୩ ସହ ଏମଏସପି ସହ ୮ ଶହ ଟଙ୍କା ଇନପୁଟ ସବସିଡି ଘୋଷଣା କରିଥିଲେ ।

Leave A Reply

Your email address will not be published.