ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ରାଜ୍ୟର ୯୫ ପ୍ରତିଶତ ଲୋକେ ଜାଣିନାହାନ୍ତି ସରକାରୀ ଯୋଜନା

0

ଭୁବନେଶ୍ବର: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ଉଦ୍‌ବେଗ ପ୍ରକାଶ କଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ଆଜି ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅସନ୍ତୋଷ ପ୍ରକାଶ କରି ରାଜ୍ୟପାଳ କହିଛନ୍ତି ଯେ, ଓଡିଶାର ୫ ପ୍ରତିଶତ ଲୋକେ ବିଭିନ୍ନ ସାମାଜିକ ସ୍କିମ୍‌ ନେଇ ଅବଗତ ଅଛନ୍ତି। ରାଜ୍ୟର ୯୫ ପ୍ରତିଶତ ଲୋକେ ବିଭିନ୍ନ ସରକାରୀ ସ୍କିମ୍‌ ସୁବିଧା ବିଷୟରେ ଜାଣି ନାହାନ୍ତି।ଜିଲ୍ଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ଦେଖିଛି ଅଫିସର ମଧ୍ୟ ଏହି ବିଷୟରେ ଜାଣି ନାହାନ୍ତି। ଏପରିକି ଏଲିଟ୍‌ ବର୍ଗର ଲୋକେ ବି ଜାଣି ନାହାନ୍ତି କହି ଉଦ୍‌ବେଗ ପ୍ରକାଶ କରିଥିଲେ ରାଜ୍ୟପାଳ।

ଏହା ସହ ରାଜ୍ୟପାଳ ପ୍ରଧାନମନ୍ତ୍ରୀ ଜୀବନ ସୁରକ୍ଷା ବୀମା ଯୋଜନାର ଉଦାହରଣ ଦେଇଥିଲେ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଓ ଅଟଳ ପେନସନ ଯୋଜନାରେ କେବଳ ଘରର ମୁଖିଆ ନୁହେଁ, ପରିବାରର ସବୁ ସଦସ୍ୟ ସାମିଲ ହୁଅନ୍ତୁ। ବର୍ଷକୁ ୨୦ ଟଙ୍କା, ୪୩୬ ଟଙ୍କା ପ୍ରିମିୟମ କିଏ ଦେଇ ନ ପାରିବ ବୋଲି ରାଜ୍ୟପାଳ ପଚାରିଲେ।

Leave A Reply

Your email address will not be published.