ହକି ବିଶ୍ୱକପ୍ର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ମାର୍ଟସିଟି ଭୁବନେଶ୍ୱରରେ ୱାଇଫାଇ ସେବା ‘ଭୁବନେଶ୍ୱର ମି ୱାଇଫାଇ’ର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ, ଭୁବେନଶ୍ୱର ପାଇଁ ଆଜି ଏକ ଐତିହାସିକ ଦିନ। ଏହାଦ୍ୱାରା ଯୁବପିଢ଼ି ବିଶେଷ ଉପକୃତ ହେବେ। ୫୦୦ଟି ହଟ୍ସ୍ପଟ୍ ଜରିଆରେ ପୂରା ସହର ୱାଇଫାଇ ସେବା ପରିସରଭୁକ୍ତ ହୋଇଛି। ଡାଟା ବ୍ୟବହାର ପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଆଗାମୀ ଦିନରେ କଟକ, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା ଓ ପୁରୀରେ ଏହି ୱାଇଫାଇ ସେବା ଉପଲବ୍ଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଉତ୍ସବରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବିଧାୟକ ବିଜୟ ମହାନ୍ତି, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର୍ ଅନନ୍ତ ନାରାୟଣ ଜେନା, ଆର୍ ବାଲକ୍ରିଷ୍ଣନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଗୋମ୍ଫାକୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣେ ଦଶମ ଶ୍ରେଣୀର ଛାତ୍ରଙ୍କ ଆତ୍ମହତ୍ୟା
ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ
ଗୁଜରାଟରେ ଖୁବଶୀଘ୍ର ଲାଗୁ ହେବ ୟୁସିସି
ଲାଞ୍ଚ ନେଇ ଗିରଫ ହେଲେ ବିରମହାରାଜପୁର ଥାନା ଏଏସଆଇ
ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ରାଜଧାନୀ ଭୁବନେଶ୍ବରରେ ମୋ ବସ୍ ଧକ୍କାରେ ଚାଲିଗଲା ନାବଳିକାଙ୍କ ଜୀବନ