ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

0

ଭୁବନେଶ୍ୱର, ଅକ୍ଟୋବର ୧୨: ଆର୍ଥ୍ରାଇଟିସ୍ ବା ଗଣ୍ଠିବାତ ହେଉଛି ଗଣ୍ଠିରେ ପ୍ରଦାହ ବା ଇନ୍‌ଫ୍ଲାମେସନ୍ । ଏହା ଦୈନନ୍ଦିନ ଶାରୀରିକ କାର୍ଯ୍ୟକଳାପ ଉପରେ ପ୍ରଭାବ ପକାଉଥିବା ବେଳେ ଯେ କୌଣସି ବୟସର ବ୍ୟକ୍ତିଙ୍କୁ ଏହି ରୋଗ ଆକ୍ରାନ୍ତ କରିଥାଏ ବୋଲି ମଙ୍ଗଳବାର ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍‌ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ବିଶେଷଜ୍ଞମାନେ ମତ ଦେଇଛନ୍ତି ।

ପ୍ରାୟ ୧୦୦ ରୁ ଅଧିକ ପ୍ରକାରର ଆର୍ଥ୍ରାଇଟିସ୍ ରୋଗ ରହିଥିବା ବେଳେ ଏହା ସଂକ୍ରମକ ନୁହେଁ । କିନ୍ତୁ ଯଥାଶୀଘ୍ର ଚିକିତ୍ସା ଦ୍ୱାରା ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଲୋକ ରୋଗ ମୁକ୍ତ ହୋଇପାରିବେ ବୋଲି ହସ୍ପିଟାଲ୍‌ର ଇମ୍ୟୁନୋଲୋଜି ଓ ର‌୍ୟୁମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର (ଡଃ) ପ୍ରଦୀପ୍ତ ଶେଖର ପାତ୍ର କହିଛନ୍ତି । ଏହି ସଚେତନତା କାର୍ଯ୍ୟକ୍ରମରେ ୬୦ ରୁ ଊର୍ଦ୍ଧ୍ୱ ରୋଗୀ ଉପସ୍ଥିତ ଥିଲେ ।

ର‌୍ୟୁମାଟୋଲୋଜି ହେଉଛି ଏହି ରୋଗର ମୁକାବିଲା କରିବା ନିମନ୍ତେ ସ୍ୱାସ୍ଥ୍ୟ ବିଜ୍ଞାନର ଏକ ନୂତନ ବିଭାଗ । ମୁଖ୍ୟତଃ ମହିଳମାନେ ଏହି ରୋଗରେ ଅଧିକ ରୋଗାକ୍ରାନ୍ତ ହେଉଛନ୍ତି ବୋଲି ସେ କହିଛନ୍ତି । ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଗଙ୍ଗାଧର ସାହୁ କହିଥିଲେ ଯେ ଅନିୟମିତ ଜୀବନଶୈଳୀ ତଥା ଗୋଟିଏ ସ୍ଥାନରେ ଅଧିକ ସମୟ ବସି ରହିବା ଏହି ରୋଗର ମୁଖ୍ୟ କାରଣ ଯାହାକି ବର୍ତମାନ ଆଧୁନିକ ବିଶ୍ୱରେ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି । ଲୋକମାନେ ଏହି ସବୁଥିରୁ ନିବୃତ ରହିବା ପାଇଁ ବାଡି ବଗିଚା ଭଳି କାର୍ଯ୍ୟରେ ସମୟ ଦେବା ଜରୁରୀ ବୋଲି ସେ କହିଛନ୍ତି ।

ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସମାନ୍ତସିଂହାର କହିଥିଲେ ଯେ ହସ୍ପିଟାଲ୍‌ର ଇମ୍ୟୁନୋଲୋଜି ଓ ର‌୍ୟୁମାଟୋଲୋଜି ବିଭାଗ ଖୁବ୍ କାର୍ଯ୍ୟକ୍ଷମ । ଏଠାରେ ଗୋଟିଏ ଛାତ ତଳେ ଆର୍ଥ୍ରାଇଟିସ୍ ରୋଗୀମାନେ ଉତମ ଚିକିତ୍ସା ପାଇପାରୁଛନ୍ତି । ଏହି ଅବସରରେ ହସ୍ପିଟାଲ୍‌ର ନ୍ୟୁଟି ୍ରସନ୍ ଓ ଡାଏଟିକ୍‌ସ ବିଭାଗର ମୁଖ୍ୟ ଶ୍ରୀମତି ପୁଷ୍ପାଞ୍ଜଳି ମିଶ୍ର ଏବଂ ଫିଜିଓଥେରାପିଷ୍ଟ ଶ୍ରୀମତି ପ୍ରତିଭା ମହାନ୍ତି ମଧ୍ୟ ଯୋଗ ଦେଇ ରୋଗୀମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ରୋଗୀମାନଙ୍କୁ ମାଗଣାରେ ପରାମର୍ଶ ଓ ଚିକିତ୍ସା ମଧ୍ୟ କରାଯାଇଥିଲା ।

Leave A Reply

Your email address will not be published.