ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ ୨୫% ବଢିଲା

0

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋର୍ସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।

ଆଉଟସୋର୍ସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇ.ପି.ଏଫ ଓ ଇ.ଏସ୍‌.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ୍‌ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.