ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଦେଶରେ କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁହାର

0

କମିଲା କରୋନା । ରାଜ୍ୟ ଓ ଦେଶ ପାଇଁ ଆଶ୍ୱସ୍ତିକର ଖବର । ଧୀରେ ଧୀରେ କମୁଛି ସଂକ୍ରମଣ । ରାଜ୍ୟରେ ଦୈନିକ ସଂକ୍ରମଣ ୩ ହଜାରକୁ ଖସିଛି । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୫୦୪ ଜଣ ଅଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୩,ସୁନ୍ଦରଗଡ଼ରୁ ୨୩୭, ବାଲେଶ୍ୱରରୁ ୨୪୧, ନୂଆପଡାରୁ ୧୨୯,ସମ୍ବଲପୁରରୁ ୧୧୫,କଳାହାଣ୍ଡିର ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୪୯ ହଜାର ୨୪୦ରେ ପହଞ୍ଚିଛି । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪୭ ହଜାର ୨୧୦ ଜଣ । ଅଡିଡ ପ୍ରୋସେସରେ ରାଜ୍ୟରେ ଆଉ ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ,ଯାଜପୁରରୁ ୩ ଜଣ ଲେଖାଁଏ ଓ ଜଗତସିଂହପୁରରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ,କଟକ, ଢେଙ୍କାନାଳ,କେନ୍ଦୁଝର ,ନୟାଗଡ଼ ଓ ପୁରୀରେ ଜଣେ ଲେଖାଁଏ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ମଧ୍ୟ ଖସିଛି କରୋନା ଗ୍ରାଫ । ହେଲେ ମୃତ୍ୟୁ ସଂଖ୍ୟା ବଢୁଛି । ୨୪ ଘଣ୍ଟାରେ ୨ ଲକ୍ଷ ୯ ହଜାର ୯୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୧୫.୭୭ ପ୍ରତିଶତ । ଦିନକରେ ଦେଶରେ ୯୫୯ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଗତକାଲି ଏହି ସଂଖ୍ୟା ଥିଲା ୮୯୩ । ତିନି ଦିନ ହେବ ଲଗାତର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖା ୧୮ ଲକ୍ଷ ୩୧ ହଜାର ୨୬୮ ଥିବା ବେଳେ ୩ କୋଟି ୮୯ ଲକ୍ଷ ୭୬ ହଜାର ୧୨୨ ଜଣ ସୁସ୍ଥ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.