ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଟ୍ରକ ଭିତରେ ପଶିଗଲା କାର, ୫ ମୃତ

0

ଉତ୍ତରପ୍ରଦେଶ ରାମପୁରରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗତିରେ ଆସୁଥିବା ଏକ କାର ଟ୍ରକ ଭିତରକୁ ପଶିଯିବାରୁ ୫ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାଗ୍ରସ୍ତ ହୋଇଥିବା କାରରେ ଡ୍ରାଇଭର ସମେତ ୬ ଜଣ ଲୋକ ଥିଲେ । ସେମାନଙ୍କ ମଧ୍ୟରୁ ୫ ଜଣ ଆଖିବୁଜିଛନ୍ତି ।

ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଥିବା ବେଳେ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ରାମପୁର ଟାଣ୍ଡା ଥାନା ଅଞ୍ଚଳରେ ଘଟିଛି । ୟୁପି-ଉତ୍ତରାଖଣ୍ଡ ସୀମାରେ ଏକ ବିବାହ ଉତ୍ସବରେ ଯୋଗ ଦେଇ ଘରକୁ କାରରେ ମୁରାଦାବାଦ ଫେରୁଥିଲେ । ତେବେ କାରଟି ଭାରସାମ୍ୟ ହରାଇ ଟ୍ରକ ଭିତରେ ଯାଇ ପଶିଯାଇଥିଲା । ଖବର ମିଳିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା ।

ମୃତକଙ୍କ ଶବକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି । ଟାଣ୍ଡାର ଏସଡିଏମ ରାଜେଶ କୁମାରଙ୍କ ଅନୁସାରେ , ଟାଣ୍ଡାର ସିକମପୁର ଅଂଚଳରେ ହୋଇଥିଲା । ମୃତକ ହେଉଛନ୍ତି ଜୟନ୍ତୀପୁରର ବାସିନ୍ଦା । ୟୁପି ଉନ୍ନାବରେ ମଧ୍ୟ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଥିଲା । ରାସ୍ତା କଡ଼ରେ ଛିଡାହୋଇଥିବା ପିଆରଭି ଗାଡିରେ ଟ୍ରକ ଓଲଟିପଡିଥିଲା । ଯେଉଁଥିରେ ୩ ପୁଲିସ କର୍ମୀଙ୍କ ମୃତ୍ୟୁ ହୋଇଥିଲା ।

Leave A Reply

Your email address will not be published.