ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଖସୁଛି ସଂକ୍ରମଣ, ଆଣୁଛି ଆଶ୍ୱସ୍ତି

0


ଦେଶରେ ୫୦ ହଜାର ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ରେ ୪୪ ହଜାର ୮୭୭ ନୂଆ ମାମଲା ସାମନାକୁ ଆସିଛି । ଗତକାଲି ୫୦ ହଜାର ୪୦୭ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଦୈନିକ ସଂକ୍ରମଣ ହାର ରହିଛି ୩.୧୭ ପ୍ରତିଶତ । ସେହିପରି ଦିନକରେ ୬୮୪ ଜଣ କରୋନାରେ ଆଖି ବୁଜିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ଅନୁସାରେ, ଦେଶରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଖସି ୫ଲକ୍ଷ ୩୭ ହଜାର ୪୫ ହୋଇଛି । ସେହିପରି କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୮ ହଜାର ୬୬୫ରେ ପହଞ୍ଚିଛି । ଏବେ ଯାଏ ୪ କୋଟି ୧୫ ଲକ୍ଷ ୮୫ ହଜାର ୭୧୧ ଜଣ କରୋନାରୁ ସୁସ୍ଥ ହୋଇସାରିଛନ୍ତି ।

ସେହିପରି ରାଜ୍ୟରେ ମଧ୍ୟ ତଳମୁହାଁ ରହିଛି କରୋନା ଗ୍ରାଫ । ଗତ ୨୪ ଘ ।ରେ ୧୧୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୬୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଥିବା ବେଳେ ୪୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ ୨୪୪ ଜଣ ଆକ୍ରାନ୍ତ ଅଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୭,୨୬୨କୁ ବୃଦ୍ଧି ପାଇଛି । ରାଜ୍ୟରେ ଦିନକରେ ୨୨ ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ୮ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୪ ଜଣ, ଗଞ୍ଜାମରୁ ୩ ଜଣ ରହିଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳରୁ ଜଣେ ଲେଖାଁଏ ରହିଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ରାଜ୍ୟରେ ୮,୮୮୪ରେ ପହଞ୍ଚିଛି ।

Leave A Reply

Your email address will not be published.