ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

0

ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଜଣାପଡିଛି । ବାଛୋଳ ଗାଁରେ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ରହିଛି । ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ ଆଇଜି ନରସିଂହ ଭୋଳ ମଧ୍ୟ ସ୍ଥିତିର ସମୀକ୍ଷା କରିଛନ୍ତି । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ଆଇଜି ଯାଜପୁର ଏସପି ରାହୁଲ ପିଆରଙ୍କ ସହ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ । ମତଦାନ ସମୟରେ ବୁଥ ଜଗରଦଖଲ କରି ଭୋଟ ବାକ୍ସ ପୋଖରୀକୁ ଫିଙ୍ଗାଯାଉଥିବା ସୁଟ କରିଥିଲେ ସାମ୍ବାଦିକ । କିନ୍ତୁ ସତ ଲୁଚାଇବାକୁ ଯାଇ ସେମାନେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ମୋବାଇଲ ଛଡାଇନେଇଥିଲେ । ଯାହାକୁ ନେଇ ଚାରିଆଡେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । । ଗଣମାଧ୍ୟମ ଅନୁଷ୍ଠାନର ସମ୍ପାଦକ ମାନେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ଏହାପରେ ତୁରନ୍ତ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.