ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ନୂଆ ଲୁକରେ ମଇଦାନରେ ମୁଖ୍ୟମନ୍ତ୍ରୀ

0

୫-ଟି କାର୍ଯ୍ୟକ୍ରମ ଅଧୀନରେ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ

କଳିଙ୍ଗ ଷ୍ଟାଡିଅମ୍‌ କମ୍ପଲେକ୍‌ସରେ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ତଥା ୩୦୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଦେଶର ପ୍ରଥମ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ଖର୍ଚ୍ଚ ହେବ ୧୨୦ କୋଟି ଟଙ୍କା, ଚଳିତ ବର୍ଷ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ

ଭାରତର ପୁରୁଷ ଓ ମହିଳା ହକୀ ଟିମ୍‌ର ଖେଳାଳୀ ମାନଙ୍କୁ ଭେଟିଲେ ଓ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଲେ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍‌ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ । ମୁଖ୍ୟମନ୍ତ୍ରୀ ଏହାର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ‌ଆଥଲେଟ ମାନଙ୍କ ପାଇଁ ଏହି ଇନ୍‌ଡୋର ସୁବିଧା ଦେଶରେ ଆଥଲେଟିକ୍‌ ଖେଳର ବିକାଶକୁ ଜୋରଦାର କରିବ ଏବଂ ଏହି ଷ୍ଟାଡିଅମ ଆଗାମୀ ଦିନରେ ଆଥଲେଟିକ ଚମ୍ପିଆନ ସୃଷ୍ଟି କରିବ।ଏହି ଷ୍ଟାଡିଅମଟି ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଛି ଏବଂ ଚଳିତ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଯାଇଛି । ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଆଥଲେଟିକ କ୍ରୀଡା ଅନୁଷ୍ଠିତ ହେବ ଏବଂ ଖେଳାଳୀମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ । ଶହେ ଜଣ ଖେଳାଳୀଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି।

ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍‌ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହାଦ୍ବାରା ରାଜ୍ୟର କ୍ରୀଡା କ୍ଷେତ୍ରରେ ରୂପାନ୍ତର ଆସିପାରିବ ବୋଲି ଆଶା କରାଯାଉଛି । ବର୍ତ୍ତମାନ କଳିଙ୍ଗ ଷ୍ଟାଡିଅମ୍‌ କମ୍ପେଲେକ୍‌ସରେ ଇନ୍‌ଡୋର ଆଥଲେଟିକ ଷ୍ଟାଡିଅମ ଓ ଟେନିସ ସେଣ୍ଟର ସହିତ ଇନ୍‌ଡୋର ଆକ୍ବାଟିକ୍‌ସ ଷ୍ଟାଡିଅମ, ଓ ଷ୍ଟାଫ ମାନଙ୍କ ପାଇଁ ଆବାସିକ ବ୍ୟବସ୍ଥା ଆଦି ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ନିର୍ମାଣ ଚାଲିଛି ।

ଏହାପରେ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍‌ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍‌ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ପରେ ମୁଖ୍ୟମନ୍ତ୍ରୀ ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀ ମାନଙ୍କୁ ଭେଟି ସେମାନଙ୍କର ରହଣୀ ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ। ହକୀ କ୍ରୀଡାକୁ ମୁଖ୍ୟମନ୍ତ୍ରୀ ଯେଉଁ ସହଯୋଗ ଯୋଗାଇ ଦେଇଛନ୍ତି, ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଗାମୀ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଆଗାମୀ ଏସିଆନ ଓ କମନୱେଲ୍‌ଥ ଗେମ୍‌ସରେ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଆଣିବା ପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଓ କ୍ରୀଡା ସଚିବ ଶ୍ରୀ ଭିନିଲ କ୍ରୀଷ୍ଣା ଉପସ୍ଥିତ ଥିଲେ ।

Leave A Reply

Your email address will not be published.