ପ୍ରମୁଖ ଖବର

ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି, ଏନେଇ ପାଣିପାଗ କେନ୍ଦ୍ର ଭୁବନେଶ୍ୱରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି
୧୬ ତାରିଖରେ ଭୁବନେଶ୍ୱରରେ ମେଗା ରୋଡ୍ ସୋ କରିବେ ମୁଖ୍ୟମନ୍ତ୍ରୀ: ଗଙ୍ଗନଗର ଛକରୁ ବାହାରି ରୁପାଲି ଛକରେ ପହଁଚିବ ନବୀନଙ୍କ ବିଶାଳ ଯାତ୍ରା
ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ନାମାଙ୍କନ, ଆସନ୍ତାକାଲି ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ
ନାମାଙ୍କନ ଭରିଲେ ମୋଦୀ, ବାରାଣାସୀ ଆସନରୁ ତୃତୀୟ ଥର ପାଇଁ କଲେ ପ୍ରାର୍ଥୀପତ୍ର ଦାଖଲ
ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ
ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ସୁଶୀଲ ମୋଦିଙ୍କ ପରଲୋକ

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

0

ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଜଣାପଡିଛି । ବାଛୋଳ ଗାଁରେ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ରହିଛି । ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ ଆଇଜି ନରସିଂହ ଭୋଳ ମଧ୍ୟ ସ୍ଥିତିର ସମୀକ୍ଷା କରିଛନ୍ତି । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ଆଇଜି ଯାଜପୁର ଏସପି ରାହୁଲ ପିଆରଙ୍କ ସହ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ । ମତଦାନ ସମୟରେ ବୁଥ ଜଗରଦଖଲ କରି ଭୋଟ ବାକ୍ସ ପୋଖରୀକୁ ଫିଙ୍ଗାଯାଉଥିବା ସୁଟ କରିଥିଲେ ସାମ୍ବାଦିକ । କିନ୍ତୁ ସତ ଲୁଚାଇବାକୁ ଯାଇ ସେମାନେ ସାମ୍ବାଦିକଙ୍କ ମରଣାନ୍ତକ ଆକ୍ରମଣ କରିଥିଲେ । ମୋବାଇଲ ଛଡାଇନେଇଥିଲେ । ଯାହାକୁ ନେଇ ଚାରିଆଡେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । । ଗଣମାଧ୍ୟମ ଅନୁଷ୍ଠାନର ସମ୍ପାଦକ ମାନେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ । ଏହାପରେ ତୁରନ୍ତ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.