ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ପଞ୍ଚମ ପର୍ଯ୍ୟାୟ ଭୋଟ: ୭୦% ମତଦାନ

0

ରାଜ୍ୟରେ ସୁରୁଖୁରୁରେ ଶେଷ ହୋଇଛି ପଞ୍ଚାୟତ ନିର୍ବାଚନ। ଆଜି ଶେଷ ପର୍ଯ୍ୟାୟ ମତଦାନରେ ୭୦ ପ୍ରତିଶତ ମତଦାନ ହୋଇଛି। ରାଜ୍ୟ ନିର୍ବାଚନ କମିଶନର ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି। ସବୁଠି ଶାନ୍ତିଶୃଙ୍ଖଳାର ସହ ମତଦାନ ହୋଇଥିବା ବେଳେ କିଛି ସ୍ଥାନରେ ଆଇନଶୃଙ୍ଖଳାପାଇଁ ମତଦାନ ବାଧାପ୍ରାପ୍ତ ହୋଇଛି। ଜିଲ୍ଲାପାଳଙ୍କଠୁ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ନିର୍ବାଚନ କମିଶନ। ସ୍ୱାଭିମାନ ଅଞ୍ଚଳରେ ବି ଶାନ୍ତିଶୃଙ୍ଖଳାର ସହ ଭୋଟ ଗ୍ରହଣ ହୋଇଛି। ପ୍ରଥମ ଥର ପାଇଁ ମାଲକାନଗିରିରେ ୭୦ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନର କହିଛନ୍ତି । ପୁଲିସ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ଭୋଟିଂ ପ୍ରକ୍ରିୟା ସୁରୁଖୁରୁରେ ଶେଷ ହୋଇଥିବା ନିର୍ବାଚନ କମିଶନ କହିଛନ୍ତି। ଆଜି ପଞ୍ଚମ ପର୍ଯ୍ୟାୟରେ ତଥା ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାରେ ୪୮ ବ୍ଲକର ୧୩୧ ଜିଲ୍ଳା ପରିଷଦ ଜୋନରେ ଭୋଟ ଗ୍ରହଣ ହୋଇଛି । ୯୭୫ ଗ୍ରାମପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ମତଦାନ ହୋଇଛି। ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି। ଦିନକ ପରେ ଅର୍ଥାତ ୨୬ ତାରିଖରୁ ଭୋଟ ଗଣତି ଆରମ୍ଭ ହେବ। ଏହା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।

Leave A Reply

Your email address will not be published.